1 Timothy 3:7 in Oriya 7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
Other Translations King James Version (KJV) Moreover he must have a good report of them which are without; lest he fall into reproach and the snare of the devil.
American Standard Version (ASV) Moreover he must have good testimony from them that are without; lest he fall into reproach and the snare of the devil.
Bible in Basic English (BBE) And he is to have a good name among those outside the church, so that nothing may be said against him and he may not be taken by the designs of the Evil One.
Darby English Bible (DBY) But it is necessary that he should have also a good testimony from those without, that he may fall not into reproach and [the] snare of the devil.
World English Bible (WEB) Moreover he must have good testimony from those who are outside, to avoid falling into reproach and the snare of the devil.
Young's Literal Translation (YLT) and it behoveth him also to have a good testimony from those without, that he may not fall into reproach and a snare of the devil.
Cross Reference 1 Samuel 2:24 in Oriya 24 ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।
Mark 4:11 in Oriya 11 ସେଥିରେ ସେ ସେମାନଙ୍କୁ କହିଲେ, ଇଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
Acts 6:3 in Oriya 3 ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
Acts 10:22 in Oriya 22 ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।
Acts 22:12 in Oriya 12 ସେହି ସ୍ଥାନରେ ଥିବା ସମସ୍ତ ଯିହୂଦୀଙ୍କ ନିକଟରେ ସୁକ୍ଷାତିସମ୍ପନ୍ନ ହନନୀୟ ନାମକ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
1 Corinthians 5:12 in Oriya 12 କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କ'ଣ ଅଛି ? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ ?
1 Corinthians 10:32 in Oriya 32 ଯିହୂଦୀ ବା ଗ୍ରୀକ୍ ବା ଇଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
2 Corinthians 6:3 in Oriya 3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ,ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
2 Corinthians 8:21 in Oriya 21 କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହି ସବୁ ଆମ୍ଭେମାନେ ବିବେଚନା କରୁ।
Colossians 4:5 in Oriya 5 ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।
1 Thessalonians 4:12 in Oriya 12 ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।
1 Thessalonians 5:22 in Oriya 22 ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।
1 Timothy 5:14 in Oriya 14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ;
1 Timothy 5:24 in Oriya 24 କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ।
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
2 Timothy 2:26 in Oriya 26 ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।
Titus 2:5 in Oriya 5 ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଇଶ୍ବରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ।
Titus 2:8 in Oriya 8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।
1 Peter 4:14 in Oriya 14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଇଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
3 John 1:12 in Oriya 12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।