1 Timothy 4:10 in Oriya 10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ୱର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ୱାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।
Other Translations King James Version (KJV) For therefore we both labour and suffer reproach, because we trust in the living God, who is the Saviour of all men, specially of those that believe.
American Standard Version (ASV) For to this end we labor and strive, because we have our hope set on the living God, who is the Saviour of all men, specially of them that believe.
Bible in Basic English (BBE) And this is the purpose of all our work and our fighting, because our hope is in the living God, who is the Saviour of all men, and specially of those who have faith.
Darby English Bible (DBY) for, for this we labour and suffer reproach, because we hope in a living God, who is preserver of all men, specially of those that believe.
World English Bible (WEB) For to this end we both labor and suffer reproach, because we have set our trust in the living God, who is the Savior of all men, especially of those who believe.
Young's Literal Translation (YLT) for for this we both labour and are reproached, because we hope on the living God, who is Saviour of all men -- especially of those believing.
Cross Reference Psalm 36:6 in Oriya 6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
Psalm 52:8 in Oriya 8 ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
Psalm 84:12 in Oriya 12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।
Psalm 107:2 in Oriya 2 ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
Psalm 107:6 in Oriya 6 ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ।
Psalm 118:8 in Oriya 8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Jeremiah 17:7 in Oriya 7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।
Daniel 3:28 in Oriya 28 ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
Nahum 1:7 in Oriya 7 ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।
Matthew 27:43 in Oriya 43 ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଇଶ୍ବରଙ୍କ ପୁତ୍ର।
John 1:29 in Oriya 29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଇଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
John 3:15 in Oriya 15 ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
John 4:42 in Oriya 42 ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
Romans 15:12 in Oriya 12 ପୁନର୍ବାର ଯିଶାଇୟ କହନ୍ତି, “ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”
1 Corinthians 4:9 in Oriya 9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
2 Corinthians 4:8 in Oriya 8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
2 Corinthians 6:3 in Oriya 3 ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ,ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
1 Timothy 2:4 in Oriya 4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
1 Timothy 2:6 in Oriya 6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।
1 Timothy 3:15 in Oriya 15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଇଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଇଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
2 Timothy 2:9 in Oriya 9 ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଇଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।
2 Timothy 3:10 in Oriya 10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।
Hebrews 11:26 in Oriya 26 ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।
Hebrews 13:13 in Oriya 13 ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।
1 Peter 1:21 in Oriya 21 ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
1 Peter 4:14 in Oriya 14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଇଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
1 John 2:2 in Oriya 2 ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।
1 John 4:14 in Oriya 14 ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।
1 John 5:10 in Oriya 10 ଯେ ଇଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଇଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।