1 Timothy 4:3 in Oriya 3 ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ୱର ଏସବୁ ତ ସୃଷ୍ଟି କରିଅଛନ୍ତି।
Other Translations King James Version (KJV) Forbidding to marry, and commanding to abstain from meats, which God hath created to be received with thanksgiving of them which believe and know the truth.
American Standard Version (ASV) forbidding to marry, `and commanding' to abstain from meats, which God created to be received with thanksgiving by them that believe and know the truth.
Bible in Basic English (BBE) Who keep men from being married and from taking food which God made to be taken with praise by those who have faith and true knowledge.
Darby English Bible (DBY) forbidding to marry, [bidding] to abstain from meats, which God has created for receiving with thanksgiving for them who are faithful and know the truth.
World English Bible (WEB) forbidding marriage and commanding to abstain from foods which God created to be received with thanksgiving by those who believe and know the truth.
Young's Literal Translation (YLT) forbidding to marry -- to abstain from meats that God created to be received with thanksgiving by those believing and acknowledging the truth,
Cross Reference Genesis 1:29 in Oriya 29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
Genesis 9:3 in Oriya 3 ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
1 Samuel 9:13 in Oriya 13 ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।
Ecclesiastes 5:18 in Oriya 18 ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
Daniel 11:37 in Oriya 37 ସେ ଆପଣା ପିତୃଗଣର ଦେବତାମାନଙ୍କୁ ମାନିବ ନାହିଁ; ଅଥବା ସ୍ତ୍ରୀମାନଙ୍କ ବାଞ୍ଛାକୁ କିଅବା କୌଣସି ଦେବତାକୁ ମାନିବ ନାହିଁ; କାରଣ ସେ ସମସ୍ତଙ୍କ ଅପେକ୍ଷା ଆପଣାକୁ ବଡ଼ କରିବ।
Matthew 14:19 in Oriya 19 ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।
Matthew 15:36 in Oriya 36 ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହି ସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ।
Luke 24:30 in Oriya 30 ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।
John 6:23 in Oriya 23 ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
John 8:31 in Oriya 31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
Acts 10:13 in Oriya 13 ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଖାଅ।
Acts 27:35 in Oriya 35 ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।
Romans 14:3 in Oriya 3 ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ୱର ତାକୁ ଗ୍ରହଣ କରିଅଛନ୍ତି।
Romans 14:6 in Oriya 6 ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
1 Corinthians 6:13 in Oriya 13 ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
1 Corinthians 7:28 in Oriya 28 କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା।
1 Corinthians 7:36 in Oriya 36 କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ।
1 Corinthians 8:8 in Oriya 8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।
1 Corinthians 10:30 in Oriya 30 ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି ?
Colossians 2:16 in Oriya 16 ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;
Colossians 2:20 in Oriya 20 ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,
Colossians 3:17 in Oriya 17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ।
2 Thessalonians 2:13 in Oriya 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
1 Timothy 2:4 in Oriya 4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
1 Timothy 4:4 in Oriya 4 କାରଣ ଇଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
Hebrews 13:9 in Oriya 9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।