1 Timothy 4:6 in Oriya 6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;
Other Translations King James Version (KJV) If thou put the brethren in remembrance of these things, thou shalt be a good minister of Jesus Christ, nourished up in the words of faith and of good doctrine, whereunto thou hast attained.
American Standard Version (ASV) If thou put the brethren in mind of these things, thou shalt be a good minister of Christ Jesus, nourished in the words of the faith, and of the good doctrine which thou hast followed `until now':
Bible in Basic English (BBE) If you keep these things before the minds of the brothers, you will be a good servant of Christ Jesus, trained in the words of the faith and of the right teaching which has been your guide:
Darby English Bible (DBY) Laying these things before the brethren, thou wilt be a good minister of Christ Jesus, nourished with the words of the faith and of the good teaching which thou hast fully followed up.
World English Bible (WEB) If you instruct the brothers of these things, you will be a good servant of Christ Jesus, nourished in the words of the faith, and of the good doctrine which you have followed.
Young's Literal Translation (YLT) These things placing before the brethren, thou shalt be a good ministrant of Jesus Christ, being nourished by the words of the faith, and of the good teaching, which thou didst follow after,
Cross Reference Psalm 19:7 in Oriya 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
Proverbs 4:2 in Oriya 2 ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ।
Jeremiah 15:16 in Oriya 16 ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।
Matthew 13:52 in Oriya 52 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।
John 7:16 in Oriya 16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର।
Acts 20:31 in Oriya 31 ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
Acts 20:35 in Oriya 35 ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳ ମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ୍, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।
Romans 15:15 in Oriya 15 ତଥାପି ମୋତେ ଇଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।
1 Corinthians 4:1 in Oriya 1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଇଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
1 Corinthians 4:17 in Oriya 17 ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।
2 Corinthians 3:6 in Oriya 6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
2 Corinthians 6:4 in Oriya 4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
Ephesians 4:15 in Oriya 15 କିନ୍ତୁୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;
Ephesians 6:21 in Oriya 21 ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;
Philippians 3:16 in Oriya 16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।
Colossians 2:19 in Oriya 19 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ୱରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।
Colossians 3:16 in Oriya 16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଇଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
Colossians 4:7 in Oriya 7 ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;
1 Thessalonians 3:2 in Oriya 2 ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଇଶ୍ବରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,
1 Timothy 1:10 in Oriya 10 ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
1 Timothy 4:16 in Oriya 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
1 Timothy 6:3 in Oriya 3 କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,
2 Timothy 1:6 in Oriya 6 ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଇଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ଜ୍ୱଳିତ କର।
2 Timothy 2:14 in Oriya 14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।
2 Timothy 3:10 in Oriya 10 କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।
2 Timothy 3:14 in Oriya 14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ;
2 Timothy 4:3 in Oriya 3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Titus 2:1 in Oriya 1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।
Titus 2:7 in Oriya 7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
1 Peter 2:2 in Oriya 2 ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
2 Peter 1:12 in Oriya 12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
2 Peter 3:1 in Oriya 1 ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।
2 John 1:9 in Oriya 9 ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
Jude 1:5 in Oriya 5 ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।