1 Timothy 4:8 in Oriya 8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ୱରପରାୟଣତା ଏହିକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
Other Translations King James Version (KJV) For bodily exercise profiteth little: but godliness is profitable unto all things, having promise of the life that now is, and of that which is to come.
American Standard Version (ASV) for bodily exercise is profitable for a little; but godliness is profitable for all things, having promise of the life which now is, and of that which is to come.
Bible in Basic English (BBE) For the training of the body is of profit for a little, but religion is of profit in every way, giving hope for the life which now is, and for that which is to come.
Darby English Bible (DBY) for bodily exercise is profitable for a little, but piety is profitable for everything, having promise of life, of the present one, and of that to come.
World English Bible (WEB) For bodily exercise has some value, but godliness has value for all things, having the promise of the life which is now, and of that which is to come.
Young's Literal Translation (YLT) for the bodily exercise is unto little profit, and the piety is to all things profitable, a promise having of the life that now is, and of that which is coming;
Cross Reference Deuteronomy 28:1 in Oriya 1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।
1 Samuel 15:22 in Oriya 22 ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
Job 5:19 in Oriya 19 ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
Job 22:2 in Oriya 2 “ମନୁଷ୍ୟ କ'ଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।
Psalm 37:3 in Oriya 3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
Psalm 37:9 in Oriya 9 କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।
Psalm 37:11 in Oriya 11 ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ ଓ ଶାନ୍ତିର ବାହୁଲ୍ୟରେ ଆପଣା ଆପଣାକୁ ଆନନ୍ଦିତ କରିବେ।
Psalm 37:16 in Oriya 16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
Psalm 37:29 in Oriya 29 ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।
Psalm 50:7 in Oriya 7 “ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
Psalm 84:11 in Oriya 11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Psalm 91:10 in Oriya 10 ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ।
Psalm 112:1 in Oriya 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
Psalm 128:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
Psalm 145:19 in Oriya 19 ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।
Proverbs 3:16 in Oriya 16 ତାହାର ଡାହାଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ।
Proverbs 19:23 in Oriya 23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
Proverbs 22:4 in Oriya 4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
Ecclesiastes 8:12 in Oriya 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Isaiah 1:11 in Oriya 11 ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
Isaiah 3:10 in Oriya 10 ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
Isaiah 32:17 in Oriya 17 ପୁଣି, ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ; ଆଉ, ଧାର୍ମିକତାର ଫଳ ନିତ୍ୟ ସୁସ୍ଥିରତା ଓ ନିର୍ଭୟତା ହେବ।
Isaiah 33:16 in Oriya 16 ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
Isaiah 58:3 in Oriya 3 ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
Isaiah 65:13 in Oriya 13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;
Jeremiah 6:20 in Oriya 20 ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।
Amos 5:21 in Oriya 21 “ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛ ଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ।
Matthew 5:3 in Oriya 3 ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Matthew 19:29 in Oriya 29 ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।
Mark 10:19 in Oriya 19 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।
Mark 10:30 in Oriya 30 ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରିଲୋକ କେହି ନାହିଁ।
Luke 12:31 in Oriya 31 ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
1 Corinthians 3:22 in Oriya 22 କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,
1 Corinthians 8:8 in Oriya 8 କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।
Colossians 2:21 in Oriya 21 ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ “ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ ?
1 Timothy 6:6 in Oriya 6 ଈଶ୍ୱରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
Titus 3:8 in Oriya 8 ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।
Hebrews 9:9 in Oriya 9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ;
Hebrews 13:9 in Oriya 9 ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
2 Peter 1:3 in Oriya 3 ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ୱରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।
1 John 2:25 in Oriya 25 ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
Revelation 3:12 in Oriya 12 ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଇଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଇଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଇଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।
Revelation 3:21 in Oriya 21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି।