1 Timothy 5:10 in Oriya 10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
Other Translations King James Version (KJV) Well reported of for good works; if she have brought up children, if she have lodged strangers, if she have washed the saints' feet, if she have relieved the afflicted, if she have diligently followed every good work.
American Standard Version (ASV) well reported of for good works; if she hath brought up children, if she hath used hospitality to strangers, if she hath washed the saints' feet, if she hath relieved the afflicted, if she hath diligently followed every good work.
Bible in Basic English (BBE) And if witness is given of her good works; if she has had the care of children, if she has been kind to travellers, washing the feet of the saints, helping those who are in trouble, giving herself to good works.
Darby English Bible (DBY) borne witness to in good works, if she have brought up children, if she have exercised hospitality, if she have washed saints' feet, if she have imparted relief to the distressed, if she have diligently followed every good work.
World English Bible (WEB) being approved by good works, if she has brought up children, if she has been hospitable to strangers, if she has washed the saints' feet, if she has relieved the afflicted, and if she has diligently followed every good work.
Young's Literal Translation (YLT) in good works being testified to: if she brought up children, if she entertained strangers, if saints' feet she washed, if those in tribulation she relieved, if every good work she followed after;
Cross Reference Genesis 18:4 in Oriya 4 ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ
Genesis 19:2 in Oriya 2 “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”
Genesis 24:32 in Oriya 32 ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।
Leviticus 25:35 in Oriya 35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ।
Psalm 119:4 in Oriya 4 ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
Isaiah 1:17 in Oriya 17 ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
Matthew 5:16 in Oriya 16 ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
Luke 7:38 in Oriya 38 ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧିତ ତୈଳ ଲଗାଇ ଦେବାକୁ ଲାଗିଲା।
Luke 7:44 in Oriya 44 ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, ଏହି ସ୍ତ୍ରୀକୁ ଦେଖୁଅଛ ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋର ପାଦ ଓଦା କରି ନିଜ କେଶରେ ତାହା ପୋଛିଦେଲା।
John 13:5 in Oriya 5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
Acts 6:3 in Oriya 3 ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
Acts 9:36 in Oriya 36 ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ।
Acts 9:39 in Oriya 39 ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହି ସବୁ ଦେଖାଇବାକୁ ଲାଗିଲେ।
Acts 10:22 in Oriya 22 ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।
Acts 16:14 in Oriya 14 ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।
Acts 22:12 in Oriya 12 ସେହି ସ୍ଥାନରେ ଥିବା ସମସ୍ତ ଯିହୂଦୀଙ୍କ ନିକଟରେ ସୁକ୍ଷାତିସମ୍ପନ୍ନ ହନନୀୟ ନାମକ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
Romans 12:13 in Oriya 13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
Ephesians 2:10 in Oriya 10 କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।
Colossians 1:10 in Oriya 10 ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଇଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ
1 Timothy 2:10 in Oriya 10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।
1 Timothy 3:7 in Oriya 7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
1 Timothy 5:16 in Oriya 16 ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ , ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରି ପାରେ।
1 Timothy 5:25 in Oriya 25 ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ।
1 Timothy 6:18 in Oriya 18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
2 Timothy 1:5 in Oriya 5 କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି।
2 Timothy 2:21 in Oriya 21 ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।
2 Timothy 3:15 in Oriya 15 ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
2 Timothy 3:17 in Oriya 17 ଯେପରି ଇଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
Titus 2:7 in Oriya 7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Titus 3:1 in Oriya 1 କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
Titus 3:8 in Oriya 8 ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।
Titus 3:14 in Oriya 14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।
Hebrews 10:24 in Oriya 24 ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
Hebrews 13:2 in Oriya 2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
Hebrews 13:21 in Oriya 21 ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
1 Peter 2:12 in Oriya 12 ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଇଶ୍ବରଙ୍କ ଗୌରବ କରିବେ।
1 Peter 4:9 in Oriya 9 କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
3 John 1:12 in Oriya 12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।