1 Timothy 5:21 in Oriya 21 ଇଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
Other Translations King James Version (KJV) I charge thee before God, and the Lord Jesus Christ, and the elect angels, that thou observe these things without preferring one before another, doing nothing by partiality.
American Standard Version (ASV) I charge `thee' in the sight of God, and Christ Jesus, and the elect angels, that thou observe these things without prejudice, doing nothing by partiality.
Bible in Basic English (BBE) I give you orders before God and Christ Jesus and the angels of God's selection, to keep these orders without giving thought to one side more than another.
Darby English Bible (DBY) I testify before God and Christ Jesus and the elect angels, that thou keep these things without prejudice, doing nothing by favour.
World English Bible (WEB) I charge you in the sight of God, and Christ Jesus, and the chosen angels, that you observe these things without prejudice, doing nothing by partiality.
Young's Literal Translation (YLT) I testify fully, before God and the Lord Jesus Christ, and the choice messengers, that these things thou mayest keep, without forejudging, doing nothing by partiality.
Cross Reference Leviticus 19:15 in Oriya 15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
Deuteronomy 1:7 in Oriya 7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର।
Deuteronomy 33:9 in Oriya 9 ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”
Psalm 107:43 in Oriya 43 ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।
Psalm 119:34 in Oriya 34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
Proverbs 18:5 in Oriya 5 ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
Malachi 2:9 in Oriya 9 ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।
Matthew 16:27 in Oriya 27 ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Matthew 25:41 in Oriya 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Luke 20:21 in Oriya 21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
Acts 15:37 in Oriya 37 ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,
2 Corinthians 5:16 in Oriya 16 ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
1 Thessalonians 5:27 in Oriya 27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି।
1 Timothy 6:13 in Oriya 13 ସମସ୍ତଙ୍କ ଜୀବନଦାତା ଇଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
2 Timothy 2:14 in Oriya 14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।
2 Timothy 4:1 in Oriya 1 ମୁଁ ଇଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
James 2:1 in Oriya 1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
2 Peter 2:4 in Oriya 4 କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
Jude 1:6 in Oriya 6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
Revelation 12:7 in Oriya 7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
Revelation 14:10 in Oriya 10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଇଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।