1 Timothy 6:1 in Oriya 1 ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଇଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।
Other Translations King James Version (KJV) Let as many servants as are under the yoke count their own masters worthy of all honour, that the name of God and his doctrine be not blasphemed.
American Standard Version (ASV) Let as many as are servants under the yoke count their own masters worthy of all honor, that the name of God and the doctrine be not blasphemed.
Bible in Basic English (BBE) Let all who are servants under the yoke give all honour to their masters, so that no evil may be said against the name of God and his teaching.
Darby English Bible (DBY) Let as many bondmen as are under yoke count their own masters worthy of all honour, that the name of God and the teaching be not blasphemed.
World English Bible (WEB) Let as many as are bondservants under the yoke count their own masters worthy of all honor, that the name of God and the doctrine not be blasphemed.
Young's Literal Translation (YLT) As many as are servants under a yoke, their own masters worthy of all honour let them reckon, that the name of God and the teaching may not be evil spoken of;
Cross Reference Genesis 13:7 in Oriya 7 ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ।
Genesis 16:9 in Oriya 9 ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”
Genesis 24:2 in Oriya 2 ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋ' ଜଙ୍ଘରେ ହସ୍ତ ଦିଅ;
Genesis 24:12 in Oriya 12 ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ' ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ' ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।
Genesis 24:27 in Oriya 27 “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ' କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାଁନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ' କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”
Genesis 24:35 in Oriya 35 ସଦାପ୍ରଭୁ ମୋ' କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ୍ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।
Deuteronomy 28:48 in Oriya 48 ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।
2 Samuel 12:14 in Oriya 14 ତଥାପି ଏହି କର୍ମ ଦ୍ୱାରା ତୁମେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”
2 Kings 5:2 in Oriya 2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା।
2 Kings 5:13 in Oriya 13 ଏଥିରେ ତାହାର ଦାସମାନେ ନାମାନ୍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାଆନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”
Nehemiah 9:5 in Oriya 5 ଯେଶୂୟ ଓ କଦ୍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦି କାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Isaiah 52:5 in Oriya 5 ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭର ଲୋକମାନେ ତ ଅକାରଣରେ ନିଆ ଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ ?” ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।
Isaiah 58:6 in Oriya 6 ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ି ଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,
Ezekiel 36:20 in Oriya 20 ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।
Ezekiel 36:23 in Oriya 23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
Matthew 11:9 in Oriya 9 ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ଦେଖିବାକୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି;
Matthew 11:30 in Oriya 30 ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।
Luke 17:1 in Oriya 1 ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;
Acts 10:7 in Oriya 7 ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,
Acts 10:22 in Oriya 22 ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।
Acts 15:10 in Oriya 10 ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଇଶ୍ବରଙ୍କ ପରୀକ୍ଷା କରୁଅଛନ୍ତି ?
Romans 2:24 in Oriya 24 କାରଣ ଯେପରି ଲେଖା ଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଇଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”
1 Corinthians 7:21 in Oriya 21 ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇ ପାର, ତେବେ ବରଂ ସୁଯୋଗ ଅବଲମ୍ବନ କର।
1 Corinthians 10:32 in Oriya 32 ଯିହୂଦୀ ବା ଗ୍ରୀକ୍ ବା ଇଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
Galatians 5:1 in Oriya 1 ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଯୁଆଳିରେ ଆଉ ଥରେ ଯୋଚା ନ ଯାଅ।
Ephesians 6:5 in Oriya 5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Colossians 3:22 in Oriya 22 ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ।
1 Timothy 5:14 in Oriya 14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦେଉନ୍ତୁ;
Titus 2:5 in Oriya 5 ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଇଶ୍ବରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ।
Titus 2:8 in Oriya 8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।
1 Peter 2:12 in Oriya 12 ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଇଶ୍ବରଙ୍କ ଗୌରବ କରିବେ।
1 Peter 2:17 in Oriya 17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।
1 Peter 3:16 in Oriya 16 ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।