1 Timothy 6:10 in Oriya 10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
Other Translations King James Version (KJV) For the love of money is the root of all evil: which while some coveted after, they have erred from the faith, and pierced themselves through with many sorrows.
American Standard Version (ASV) For the love of money is a root of all kinds of evil: which some reaching after have been led astray from the faith, and have pierced themselves through with many sorrows.
Bible in Basic English (BBE) For the love of money is a root of all evil: and some whose hearts were fixed on it have been turned away from the faith, and been wounded with unnumbered sorrows.
Darby English Bible (DBY) For the love of money is [the] root of every evil; which some having aspired after, have wandered from the faith, and pierced themselves with many sorrows.
World English Bible (WEB) For the love of money is a root of all kinds of evil. Some have been led astray from the faith in their greed, and have pierced themselves through with many sorrows.
Young's Literal Translation (YLT) for a root of all the evils is the love of money, which certain longing for did go astray from the faith, and themselves did pierce through with many sorrows;
Cross Reference Genesis 29:14 in Oriya 14 ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
Genesis 29:26 in Oriya 26 ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
Genesis 29:31 in Oriya 31 ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
Genesis 34:23 in Oriya 23 ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।”
Genesis 38:16 in Oriya 16 ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ' କତିକି ଆସିବା ପାଇଁ କଅଣ ଦେବ ?”
Exodus 23:7 in Oriya 7 ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
Deuteronomy 16:19 in Oriya 19 ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
Deuteronomy 23:4 in Oriya 4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ।
Deuteronomy 23:18 in Oriya 18 ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକୁୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।
Judges 17:10 in Oriya 10 ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି। ତହିଁରେ ସେ ଲେବୀୟ ଲୋକ ଗଲା।
Judges 18:19 in Oriya 19 ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ ?
Judges 18:29 in Oriya 29 ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।
2 Samuel 4:10 in Oriya 10 ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେକରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,' ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଳଗ୍ଠାରେ ବଧ କଲି।
2 Kings 5:27 in Oriya 27 ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା।
Psalm 32:10 in Oriya 10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।
Proverbs 1:19 in Oriya 19 ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
Proverbs 1:31 in Oriya 31 ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Isaiah 56:11 in Oriya 11 ଆହୁରି, ସେହି କୁକୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।
Jeremiah 5:27 in Oriya 27 ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।
Ezekiel 13:19 in Oriya 19 ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।
Ezekiel 16:33 in Oriya 33 ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।
Ezekiel 22:12 in Oriya 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Malachi 1:10 in Oriya 10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Acts 1:16 in Oriya 16 ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
1 Timothy 3:3 in Oriya 3 ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
1 Timothy 6:21 in Oriya 21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
2 Timothy 4:10 in Oriya 10 କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି।
Titus 1:11 in Oriya 11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
James 5:19 in Oriya 19 ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,
2 Peter 2:7 in Oriya 7 ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Revelation 18:13 in Oriya 13 ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।