1 Timothy 6:12 in Oriya 12 ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୁତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।
Other Translations King James Version (KJV) Fight the good fight of faith, lay hold on eternal life, whereunto thou art also called, and hast professed a good profession before many witnesses.
American Standard Version (ASV) Fight the good fight of the faith, lay hold on the life eternal, whereunto thou wast called, and didst confess the good confession in the sight of many witnesses.
Bible in Basic English (BBE) Be fighting the good fight of the faith; take for yourself the life eternal, for which you were marked out, and of which you gave witness in the eyes of all.
Darby English Bible (DBY) Strive earnestly [in] the good conflict of faith. Lay hold of eternal life, to which thou hast been called, and hast confessed the good confession before many witnesses.
World English Bible (WEB) Fight the good fight of faith. Lay hold of the eternal life to which you were called, and you confessed the good confession in the sight of many witnesses.
Young's Literal Translation (YLT) be striving the good strife of the faith, be laying hold on the life age-during, to which also thou wast called, and didst profess the right profession before many witnesses.
Cross Reference Deuteronomy 26:3 in Oriya 3 ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।
Deuteronomy 26:17 in Oriya 17 ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।
Psalm 63:8 in Oriya 8 ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।
Proverbs 3:18 in Oriya 18 ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।
Song of Solomon 3:4 in Oriya 4 ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ' ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ' ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।
Isaiah 44:5 in Oriya 5 ଏକ ଜଣ କହିବ, ଆମ୍ଭେ ସଦାପ୍ରଭୁଙ୍କର; ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”
Zechariah 10:5 in Oriya 5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।
Luke 12:8 in Oriya 8 ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଇଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Romans 9:23 in Oriya 23 ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ ?
Romans 10:9 in Oriya 9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
1 Corinthians 9:25 in Oriya 25 ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
2 Corinthians 6:7 in Oriya 7 ସତ୍ୟ ବାକ୍ୟରେ, ଇଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ରଦ୍ୱାରା,
2 Corinthians 9:13 in Oriya 13 ଅର୍ଥାତ୍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତିବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଇଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,
2 Corinthians 10:3 in Oriya 3 କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,
Ephesians 6:10 in Oriya 10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
Philippians 3:12 in Oriya 12 ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।
Colossians 3:15 in Oriya 15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
1 Thessalonians 2:12 in Oriya 12 ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଇଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର।
1 Thessalonians 5:8 in Oriya 8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।
2 Thessalonians 2:14 in Oriya 14 ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।
1 Timothy 1:18 in Oriya 18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;
1 Timothy 6:13 in Oriya 13 ସମସ୍ତଙ୍କ ଜୀବନଦାତା ଇଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
1 Timothy 6:19 in Oriya 19 ଏହି ପ୍ରକାର କଲେ ସେମାନେ ଭାବି ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।
2 Timothy 1:9 in Oriya 9 ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,
2 Timothy 4:7 in Oriya 7 ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
Hebrews 3:14 in Oriya 14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।
Hebrews 6:18 in Oriya 18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଇଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।
Hebrews 13:23 in Oriya 23 ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।
1 Peter 3:9 in Oriya 9 ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
1 John 2:25 in Oriya 25 ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
Revelation 3:3 in Oriya 3 ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;