1 Timothy 6:16 in Oriya 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
Other Translations King James Version (KJV) Who only hath immortality, dwelling in the light which no man can approach unto; whom no man hath seen, nor can see: to whom be honour and power everlasting. Amen.
American Standard Version (ASV) who only hath immortality, dwelling in light unapproachable; whom no man hath seen, nor can see: to whom `be' honor and power eternal. Amen.
Bible in Basic English (BBE) Who only has life for ever, living in light to which no man may come near; whom no man has seen or is able to see: to whom be honour and power for ever. So be it.
Darby English Bible (DBY) who only has immortality, dwelling in unapproachable light; whom no man has seen, nor is able to see; to whom [be] honour and eternal might. Amen.
World English Bible (WEB) who alone has immortality, dwelling in unapproachable light; whom no man has seen, nor can see: to whom be honor and eternal power. Amen.
Young's Literal Translation (YLT) who only is having immortality, dwelling in light unapproachable, whom no one of men did see, nor is able to see, to whom `is' honour and might age-during! Amen.
Cross Reference Exodus 3:14 in Oriya 14 ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”
Exodus 33:20 in Oriya 20 ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”
Deuteronomy 32:40 in Oriya 40 କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,
Psalm 90:2 in Oriya 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Psalm 104:2 in Oriya 2 ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Habakkuk 3:4 in Oriya 4 ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ।
John 1:18 in Oriya 18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
John 6:46 in Oriya 46 କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ୱରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।
John 8:58 in Oriya 58 ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।
John 14:9 in Oriya 9 ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
Ephesians 3:21 in Oriya 21 ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍।
Philippians 4:20 in Oriya 20 ଆମ୍ଭମାନଙ୍କର ଈଶ୍ୱର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍।
Colossians 1:15 in Oriya 15 ସେ ଅଦୃଶ୍ୟ ଇଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
Hebrews 13:8 in Oriya 8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
1 John 1:5 in Oriya 5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।
Jude 1:25 in Oriya 25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।
Revelation 1:6 in Oriya 6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
Revelation 1:8 in Oriya 8 ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ।
Revelation 1:16 in Oriya 16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।
Revelation 4:11 in Oriya 11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।
Revelation 7:12 in Oriya 12 ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍।
Revelation 21:3 in Oriya 3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଇଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Revelation 22:5 in Oriya 5 ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।