1 Timothy 6:20 in Oriya 20 ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;
Other Translations King James Version (KJV) O Timothy, keep that which is committed to thy trust, avoiding profane and vain babblings, and oppositions of science falsely so called:
American Standard Version (ASV) O Timothy, guard that which is committed unto `thee', turning away from the profane babblings and oppositions of the knowledge which is falsely so called;
Bible in Basic English (BBE) O Timothy, take good care of that which is given to you, turning away from the wrong and foolish talk and arguments of that knowledge which is falsely so named;
Darby English Bible (DBY) O Timotheus, keep the entrusted deposit, avoiding profane, vain babblings, and oppositions of false-named knowledge,
World English Bible (WEB) Timothy, guard that which is committed to you, turning away from the empty chatter and oppositions of the knowledge which is falsely so called;
Young's Literal Translation (YLT) O Timotheus, the thing entrusted guard thou, avoiding the profane vain-words and opposition of the falsely-named knowledge,
Cross Reference Acts 17:18 in Oriya 18 ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
Acts 17:21 in Oriya 21 ଆଥିନୀରେ ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।
Romans 1:22 in Oriya 22 ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,
Romans 3:2 in Oriya 2 ସର୍ବପ୍ରଥମେ, ଇଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।
1 Corinthians 1:19 in Oriya 19 ଯେଣୁ ଏହା ଲେଖା ଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”
1 Corinthians 2:6 in Oriya 6 ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,
1 Corinthians 3:19 in Oriya 19 କାରଣ ଏହି ଜଗତର ଜ୍ଞାନ ଇଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ଲେଖା ଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”
Colossians 2:8 in Oriya 8 ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;
Colossians 2:18 in Oriya 18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
2 Thessalonians 1:4 in Oriya 4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଇଶ୍ବରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।
2 Thessalonians 2:15 in Oriya 15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ।
1 Timothy 1:4 in Oriya 4 କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହି ସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଇଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।
1 Timothy 1:6 in Oriya 6 ତାହା ମୋଶାଙ୍କ ବ୍ୟବସ୍ଥାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;
1 Timothy 1:11 in Oriya 11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଇଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।
1 Timothy 4:7 in Oriya 7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ୱରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର,
1 Timothy 6:4 in Oriya 4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,
1 Timothy 6:11 in Oriya 11 କିନ୍ତୁ ହେ ଇଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
1 Timothy 6:14 in Oriya 14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି କଳଙ୍କ ଶୂନ୍ୟ ଓ ଅନିନ୍ଦନୀୟ ହୋଇ ରୁହ।
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
2 Timothy 2:1 in Oriya 1 ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,
2 Timothy 2:16 in Oriya 16 କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,
2 Timothy 3:14 in Oriya 14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ;
Titus 1:4 in Oriya 4 ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
Titus 1:9 in Oriya 9 ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।
Titus 1:14 in Oriya 14 ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।
Titus 3:9 in Oriya 9 କିନ୍ତୁ ବିତଣ୍ଡା ବାଦାନୁବାଦ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହି ସବୁ କ୍ଷତିଜନକ ଓ ଅସାର।
Revelation 3:3 in Oriya 3 ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;