1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
Other Translations King James Version (KJV) But they that will be rich fall into temptation and a snare, and into many foolish and hurtful lusts, which drown men in destruction and perdition.
American Standard Version (ASV) But they that are minded to be rich fall into a temptation and a snare and many foolish and hurtful lusts, such as drown men in destruction and perdition.
Bible in Basic English (BBE) But those who have a desire for wealth are falling into danger, and are taken as in a net by a number of foolish and damaging desires, through which men are overtaken by death and destruction.
Darby English Bible (DBY) But those who desire to be rich fall into temptation and a snare, and many unwise and hurtful lusts, which plunge men into destruction and ruin.
World English Bible (WEB) But those who are determined to be rich fall into a temptation and a snare and many foolish and harmful lusts, such as drown men in ruin and destruction.
Young's Literal Translation (YLT) and those wishing to be rich, do fall into temptation and a snare, and many desires, foolish and hurtful, that sink men into ruin and destruction,
Cross Reference Genesis 13:10 in Oriya 10 ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
Numbers 22:17 in Oriya 17 କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।
Numbers 31:8 in Oriya 8 ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି, ରେକମ୍, ସୂର, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମକୁ ମଧ୍ୟ ସେମାନେ ଖଡ଼୍ଗରେ ବଧ କଲେ।
Deuteronomy 7:25 in Oriya 25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;
Joshua 7:11 in Oriya 11 ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।
Joshua 7:24 in Oriya 24 ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ।
2 Kings 5:20 in Oriya 20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋ' ପ୍ରଭୁ ଏହି ଅରାମୀୟ ନାମାନ୍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”
Psalm 11:6 in Oriya 6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।
Proverbs 1:17 in Oriya 17 କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
Proverbs 15:27 in Oriya 27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
Proverbs 20:21 in Oriya 21 ପ୍ରଥମରେ କୌଣସି ଅଧିକାର ହଠାତ୍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
Proverbs 21:6 in Oriya 6 ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।
Proverbs 22:16 in Oriya 16 ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
Proverbs 23:4 in Oriya 4 ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ; ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।
Proverbs 28:20 in Oriya 20 ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
Isaiah 5:8 in Oriya 8 ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର !
Hosea 12:7 in Oriya 7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।
Amos 8:4 in Oriya 4 ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
Zechariah 11:5 in Oriya 5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।
Matthew 13:22 in Oriya 22 ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Matthew 19:22 in Oriya 22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।
Matthew 26:15 in Oriya 15 ମୋତେ କ'ଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ।
Matthew 27:3 in Oriya 3 ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା,
Mark 4:19 in Oriya 19 ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Luke 21:35 in Oriya 35 କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।
Acts 5:4 in Oriya 4 ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଇଶ୍ବରଙ୍କ ନିକଟରେ ମିଥ୍ୟା କହିଲ।
Acts 8:20 in Oriya 20 କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଇଶ୍ବରଙ୍କ ଦାନ କିଣିବାକୁ ଭାବିଲ।
Ephesians 4:22 in Oriya 22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
1 Timothy 1:9 in Oriya 9 ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,
1 Timothy 3:7 in Oriya 7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
2 Timothy 2:26 in Oriya 26 ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।
James 5:1 in Oriya 1 ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।
2 Peter 2:3 in Oriya 3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
2 Peter 2:15 in Oriya 15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
1 John 2:15 in Oriya 15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।