2 Chronicles 13:12 in Oriya 12 ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”
Other Translations King James Version (KJV) And, behold, God himself is with us for our captain, and his priests with sounding trumpets to cry alarm against you. O children of Israel, fight ye not against the LORD God of your fathers; for ye shall not prosper.
American Standard Version (ASV) And, behold, God is with us at our head, and his priests with the trumpets of alarm to sound an alarm against you. O children of Israel, fight ye not against Jehovah, the God of your fathers; for ye shall not prosper.
Bible in Basic English (BBE) And now God is with us at our head, and his priests with their loud horns sounding against you. O children of Israel, do not make war on the Lord, the God of your fathers, for it will not go well for you.
Darby English Bible (DBY) And behold, we have God with us at our head, and his priests, and the loud-sounding trumpets to sound an alarm against you. Children of Israel, do not fight with Jehovah the God of your fathers; for ye shall not prosper.
Webster's Bible (WBT) And behold, God himself is with us for our captain, and his priests with sounding trumpets to cry alarm against you. O children of Israel, fight ye not against the LORD God of your fathers; for ye will not prosper.
World English Bible (WEB) Behold, God is with us at our head, and his priests with the trumpets of alarm to sound an alarm against you. Children of Israel, don't you fight against Yahweh, the God of your fathers; for you shall not prosper.
Young's Literal Translation (YLT) `And lo, with us -- at `our' head -- `is' God, and His priests and trumpets of shouting to shout against you; O sons of Israel, do not fight with Jehovah, God of your fathers, for ye do not prosper.'
Cross Reference Numbers 10:8 in Oriya 8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
Numbers 14:41 in Oriya 41 ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା ଲଙ୍ଘନ କରୁଅଛ ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
Numbers 23:21 in Oriya 21 ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।
Numbers 31:6 in Oriya 6 ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।
Deuteronomy 20:4 in Oriya 4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।
Deuteronomy 28:29 in Oriya 29 ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।
Joshua 5:13 in Oriya 13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ଼୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?
Joshua 6:13 in Oriya 13 ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।
1 Samuel 4:5 in Oriya 5 ପୁଣି, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
2 Chronicles 24:20 in Oriya 20 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।
Job 9:4 in Oriya 4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?
Job 15:25 in Oriya 25 କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
Job 40:9 in Oriya 9 ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର ?
Psalm 20:7 in Oriya 7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Isaiah 8:10 in Oriya 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Isaiah 45:9 in Oriya 9 ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର ! ମୃତ୍ତିକା କ'ଣ ତା'ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ ? ଅବା ତୁମ୍ଭର କର୍ମ କ'ଣ କହିବ, ତାହାର ହସ୍ତ ନାହିଁ ?
Isaiah 54:17 in Oriya 17 ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।
Jeremiah 2:37 in Oriya 37 ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।
Jeremiah 50:24 in Oriya 24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।”
Ezekiel 17:9 in Oriya 9 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ ?”
Zechariah 10:5 in Oriya 5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।
Acts 5:39 in Oriya 39 କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଇଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।
Acts 9:4 in Oriya 4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
Hebrews 2:10 in Oriya 10 କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା।