2 Chronicles 13:5 in Oriya 5 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣ ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କ'ଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ ?
Other Translations King James Version (KJV) Ought ye not to know that the LORD God of Israel gave the kingdom over Israel to David for ever, even to him and to his sons by a covenant of salt?
American Standard Version (ASV) Ought ye not to know that Jehovah, the God of Israel, gave the kingdom over Israel to David for ever, even to him and to his sons by a covenant of salt?
Bible in Basic English (BBE) Is it not clear to you that the Lord, the God of Israel, gave the rule over Israel to David and to his sons for ever, by an agreement made with salt?
Darby English Bible (DBY) Ought ye not to know that Jehovah the God of Israel gave the kingdom over Israel to David for ever, to him and to his sons [by] a covenant of salt?
Webster's Bible (WBT) Ought ye not to know that the LORD God of Israel gave the kingdom over Israel to David for ever, even to him and to his sons by a covenant of salt?
World English Bible (WEB) Ought you not to know that Yahweh, the God of Israel, gave the kingdom over Israel to David forever, even to him and to his sons by a covenant of salt?
Young's Literal Translation (YLT) Is it not for you to know that Jehovah, God of Israel, hath given the kingdom to David over Israel to the age, to him and to his sons -- a covenant of salt?
Cross Reference Leviticus 2:13 in Oriya 13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।
Numbers 18:19 in Oriya 19 ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
Judges 11:21 in Oriya 21 ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନ୍କୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।
1 Samuel 16:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।
1 Samuel 16:12 in Oriya 12 ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।
2 Samuel 7:12 in Oriya 12 ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
1 Kings 8:20 in Oriya 20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି।
1 Chronicles 17:11 in Oriya 11 ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
1 Chronicles 17:14 in Oriya 14 ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।”
1 Chronicles 28:4 in Oriya 4 ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା-ବଂଶ ମଧ୍ୟରୁ ମୋ' ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋ' ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋ'ଠାରେ ସନ୍ତୁଷ୍ଟ ହେଲେ;
Nehemiah 5:9 in Oriya 9 ଆହୁରି, ମୁଁ କହିଲି, “ତୁମ୍ଭେମାନେ ଯେଉଁ କାର୍ଯ୍ୟ କରୁଅଛ, ତାହା ଭଲ ନୁହେଁ, ଆମ୍ଭମାନଙ୍କ ଶତ୍ରୁ ଅନ୍ୟ ଦେଶୀୟମାନଙ୍କର ତିରସ୍କାରକୁ ରୋକିବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ଭୟରେ ଆଚରଣ କରିବା କ'ଣ ତୁମ୍ଭମାନଙ୍କର ଉଚିତ୍ ନୁହେଁ ?”
Psalm 89:19 in Oriya 19 ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
Proverbs 1:29 in Oriya 29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
Jeremiah 27:5 in Oriya 5 ‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
Jeremiah 33:21 in Oriya 21 ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।
Jeremiah 33:26 in Oriya 26 ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”
Ezekiel 43:24 in Oriya 24 ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।
Daniel 4:25 in Oriya 25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Mark 9:49 in Oriya 49 ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ।
Luke 1:31 in Oriya 31 ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
2 Peter 3:5 in Oriya 5 ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଇଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା