2 Chronicles 14:11 in Oriya 11 ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ୍ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
Other Translations King James Version (KJV) And Asa cried unto the LORD his God, and said, LORD, it is nothing with thee to help, whether with many, or with them that have no power: help us, O LORD our God; for we rest on thee, and in thy name we go against this multitude. O LORD, thou art our God; let no man prevail against thee.
American Standard Version (ASV) And Asa cried unto Jehovah his God, and said, Jehovah, there is none besides thee to help, between the mighty and him that hath no strength: help us, O Jehovah our God; for we rely on thee, and in thy name are we come against this multitude. O Jehovah, thou art our God; let not man prevail against thee.
Bible in Basic English (BBE) And Asa made prayer to the Lord his God and said, Lord, you only are able to give help against the strong to him who has no strength; come to our help, O Lord our God, for our hope is in you, and in your name we have come out against this great army. O Lord, you are our God; let not man's power be greater than yours.
Darby English Bible (DBY) And Asa cried unto Jehovah his God, and said, Jehovah, it maketh no difference to thee to help, whether there be much or no power: help us, O Jehovah our God, for we rely on thee, and in thy name have we come against this multitude. Jehovah, thou art our God; let not man prevail against thee.
Webster's Bible (WBT) And Asa cried to the LORD his God, and said, LORD, it is nothing with thee to help, whether with many, or with them that have no power: help us, O LORD our God; for we rest on thee, and in thy name we go against this multitude. O LORD, thou art our God; let not man prevail against thee.
World English Bible (WEB) Asa cried to Yahweh his God, and said, Yahweh, there is none besides you to help, between the mighty and him who has no strength: help us, Yahweh our God; for we rely on you, and in your name are we come against this multitude. Yahweh, you are our God; don't let man prevail against you.
Young's Literal Translation (YLT) And Asa calleth unto Jehovah his God, and saith, `Jehovah! it is nothing with Thee to help, between the mighty and those who have no power; help us, O Jehovah, our God, for on Thee we have leant, and in Thy name we have come against this multitude; O Jehovah, our God thou `art'; let him not prevail with Thee -- mortal man!
Cross Reference Exodus 14:10 in Oriya 10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ-ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
Leviticus 26:8 in Oriya 8 ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
Deuteronomy 32:27 in Oriya 27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।
Deuteronomy 32:30 in Oriya 30 ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା'ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା'ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ?
Deuteronomy 32:36 in Oriya 36 ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
Joshua 7:8 in Oriya 8 ହେ ପ୍ରଭୁ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।
Judges 7:7 in Oriya 7 ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ।
1 Samuel 2:9 in Oriya 9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
1 Samuel 14:6 in Oriya 6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।
1 Samuel 17:35 in Oriya 35 ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତା' ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋ' ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।
1 Samuel 17:45 in Oriya 45 ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ଼୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋ' କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
1 Kings 20:27 in Oriya 27 ତହିଁରେ ଇସ୍ରାଏଲ-ସନ୍ତାନଗଣ ଗଣିତ ହୋଇ ଖାଦ୍ୟ-ଦ୍ରବ୍ୟାଦି ପ୍ରସ୍ତୁତ କରି ସେମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ପୁଣି, ଇସ୍ରାଏଲ-ସନ୍ତାନମାନେ ଦୁଇ କ୍ଷୁଦ୍ର ଛାଗପଲ ପରି ସେମାନଙ୍କ ସମ୍ମୁଖରେ ଛାଉଣି ସ୍ଥାପନ କଲେ; ମାତ୍ର ଅରାମୀୟ ଲୋକମାନେ ଦେଶଯାକ ବ୍ୟାପିଲେ।
1 Chronicles 5:20 in Oriya 20 ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।
2 Chronicles 13:12 in Oriya 12 ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”
2 Chronicles 13:14 in Oriya 14 ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।
2 Chronicles 13:18 in Oriya 18 ଏହିରୂପେ ସେହି ସମୟରେ ଇସ୍ରାଏଲ-ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।
2 Chronicles 18:31 in Oriya 31 ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରି ଯିବା ପାଇଁ ପ୍ରବର୍ତ୍ତାଇଲେ।
2 Chronicles 20:12 in Oriya 12 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କ'ଣ ଏମାନଙ୍କର ବିଚାର କରିବ ନାହିଁ ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ୍ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।”
2 Chronicles 32:8 in Oriya 8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକିୟଙ୍କ ବାକ୍ୟରେ ନିର୍ଭର ରଖିଲେ।
2 Chronicles 32:20 in Oriya 20 ଏଥିରେ ହିଜକିୟ ରାଜା ଓ ଆମୋସର ପୁତ୍ର ଯିଶାଇୟ ଏସକାଶୁ ପ୍ରାର୍ଥନା କରି ସ୍ୱର୍ଗ ଆଡ଼େ ଡାକ ପକାଇଲେ।
Psalm 9:19 in Oriya 19 ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।
Psalm 18:6 in Oriya 6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ' ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।
Psalm 20:5 in Oriya 5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।
Psalm 20:7 in Oriya 7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Psalm 22:5 in Oriya 5 ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।
Psalm 34:6 in Oriya 6 ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
Psalm 37:5 in Oriya 5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
Psalm 50:15 in Oriya 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
Psalm 79:9 in Oriya 9 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
Psalm 91:15 in Oriya 15 ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
Psalm 120:1 in Oriya 1 ଆରୋହଣ ଗୀତ। ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ।
Proverbs 18:10 in Oriya 10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
Isaiah 2:22 in Oriya 22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ ?
Isaiah 26:3 in Oriya 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Isaiah 26:13 in Oriya 13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।
Isaiah 40:29 in Oriya 29 ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Jeremiah 1:19 in Oriya 19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
Amos 5:9 in Oriya 9 ସେ ବଳବାନ୍ ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।
Zechariah 2:8 in Oriya 8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।”
Matthew 16:18 in Oriya 18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
John 14:1 in Oriya 1 ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କର, ମୋ'ଠାରେ ମଧ୍ୟ ବିଶ୍ୱାସ କର।
John 14:27 in Oriya 27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
Acts 2:21 in Oriya 21 ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।
Acts 3:16 in Oriya 16 ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
Acts 9:4 in Oriya 4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
2 Corinthians 12:9 in Oriya 9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।