2 Chronicles 19:2 in Oriya 2 ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।
Other Translations King James Version (KJV) And Jehu the son of Hanani the seer went out to meet him, and said to king Jehoshaphat, Shouldest thou help the ungodly, and love them that hate the LORD? therefore is wrath upon thee from before the LORD.
American Standard Version (ASV) And Jehu the son of Hanani the seer went out to meet him, and said to king Jehoshaphat, Shouldest thou help the wicked, and love them that hate Jehovah? for this thing wrath is upon thee from before Jehovah.
Bible in Basic English (BBE) And Jehu, the son of Hanani the seer, went to King Jehoshaphat and said to him, Is it right for you to go to the help of evil-doers, loving the haters of the Lord? because of this, the wrath of the Lord has come on you.
Darby English Bible (DBY) And Jehu the son of Hanani, the seer, went out to meet him, and said to king Jehoshaphat, Shouldest thou help the ungodly, and love them that hate Jehovah? Therefore is wrath upon thee from Jehovah.
Webster's Bible (WBT) And Jehu the son of Hanani the seer went out to meet him, and said to king Jehoshaphat, Shouldst thou help the ungodly, and love them that hate the LORD? therefore is wrath upon thee from before the LORD.
World English Bible (WEB) Jehu the son of Hanani the seer went out to meet him, and said to king Jehoshaphat, Should you help the wicked, and love those who hate Yahweh? for this thing wrath is on you from before Yahweh.
Young's Literal Translation (YLT) and go out unto his presence doth Jehu son of Hanani, the seer, and saith unto king Jehoshaphat, `To give help to the wicked, and to those hating Jehovah, dost thou love? and for this against thee `is' wrath from before Jehovah,
Cross Reference Exodus 20:5 in Oriya 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Deuteronomy 5:9 in Oriya 9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Deuteronomy 7:10 in Oriya 10 ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ।
Deuteronomy 32:41 in Oriya 41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Deuteronomy 33:11 in Oriya 11 ହେ ସଦାପ୍ରଭୁ, ତାହାର ସମ୍ପତ୍ତିକି ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।
1 Samuel 9:9 in Oriya 9 (ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।
1 Kings 16:1 in Oriya 1 ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
1 Kings 16:7 in Oriya 7 ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।
1 Kings 16:12 in Oriya 12 ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;
1 Kings 21:25 in Oriya 25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
2 Chronicles 16:7 in Oriya 7 ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।
2 Chronicles 18:1 in Oriya 1 ଏହିରୂପେ ଯିହୋଶାଫଟ୍ ଅତିଶୟ ଧନବାନ୍ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
2 Chronicles 18:3 in Oriya 3 ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋ' ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
2 Chronicles 18:7 in Oriya 7 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରିପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ' ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଯିମ୍ଳର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
2 Chronicles 18:28 in Oriya 28 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
2 Chronicles 20:34 in Oriya 34 ଏହି ଯିହୋଶାଫଟ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତର ଆଦ୍ୟନ୍ତ କଥା, ଦେଖ, ଇସ୍ରାଏଲ-ରାଜାବଳୀ ପୁସ୍ତକର ଅନ୍ତର୍ଗତ ହନାନିର ପୁତ୍ର ଯେହୂର ଇତିହାସ-ପୁସ୍ତକରେ ଲେଖାଅଛି।
2 Chronicles 24:18 in Oriya 18 ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
2 Chronicles 32:25 in Oriya 25 ମାତ୍ର ହିଜକିୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
Psalm 15:4 in Oriya 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
Psalm 21:8 in Oriya 8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।
Psalm 68:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।
Psalm 71:15 in Oriya 15 ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
Psalm 90:7 in Oriya 7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
Psalm 139:21 in Oriya 21 ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ'ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ'ଣ ବିରକ୍ତ ହେଉ ନାହିଁ ?
Proverbs 1:10 in Oriya 10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।
John 15:18 in Oriya 18 ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
John 15:23 in Oriya 23 ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ।
Romans 1:18 in Oriya 18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଇଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
Romans 1:30 in Oriya 30 ସେମାନେ ଚୁଗୁଲିଆ, ନିନ୍ଦକ, ଇଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ,
Romans 1:32 in Oriya 32 ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।
Romans 8:7 in Oriya 7 ଯେଣୁ ଶାରୀରିକ ମନ ଇଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଇଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
1 Corinthians 11:31 in Oriya 31 କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ।
Ephesians 5:11 in Oriya 11 ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ;
James 4:4 in Oriya 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଇଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
2 John 1:10 in Oriya 10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;