2 Chronicles 19:7 in Oriya 7 ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
Other Translations King James Version (KJV) Wherefore now let the fear of the LORD be upon you; take heed and do it: for there is no iniquity with the LORD our God, nor respect of persons, nor taking of gifts.
American Standard Version (ASV) Now therefore let the fear of Jehovah be upon you; take heed and do it: for there is no iniquity with Jehovah our God, nor respect of persons, nor taking of bribes.
Bible in Basic English (BBE) So now let the fear of the Lord be in you; do your work with care; for in the Lord our God there is no evil, or respect for high position, or taking of payment to do wrong.
Darby English Bible (DBY) And now, let the terror of Jehovah be upon you; be careful what ye do, for there is no iniquity with Jehovah, nor respect of persons, nor taking of presents.
Webster's Bible (WBT) Wherefore now let the fear of the LORD be upon you; take heed and do it: for there is no iniquity with the LORD our God, nor respect of persons, nor taking of gifts.
World English Bible (WEB) Now therefore let the fear of Yahweh be on you; take heed and do it: for there is no iniquity with Yahweh our God, nor respect of persons, nor taking of bribes.
Young's Literal Translation (YLT) and now, let fear of Jehovah be upon you, observe and do, for there is not with Jehovah our God perverseness, and acceptance of faces, and taking of a bribe.'
Cross Reference Genesis 18:25 in Oriya 25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?”
Genesis 42:18 in Oriya 18 ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।
Exodus 18:21 in Oriya 21 ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ-ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କର।
Exodus 18:25 in Oriya 25 ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍, ସହସ୍ରପତି, ଶତପତି, ପଚାଶତ୍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।
Exodus 23:8 in Oriya 8 ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରି ଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
Deuteronomy 10:17 in Oriya 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Deuteronomy 16:18 in Oriya 18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Nehemiah 5:15 in Oriya 15 ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।
Job 34:19 in Oriya 19 ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?
Isaiah 1:23 in Oriya 23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା'ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
Isaiah 33:15 in Oriya 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Micah 7:3 in Oriya 3 ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Matthew 22:16 in Oriya 16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
Acts 10:34 in Oriya 34 ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,
Romans 2:11 in Oriya 11 କାରଣ ଇଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।
Romans 3:5 in Oriya 5 କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଇଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି।
Romans 9:14 in Oriya 14 ତେବେ ଆମ୍ଭେମାନେ କ'ଣ କହିବା ? ଈଶ୍ୱରଙ୍କଠାରେ କି ଅନ୍ୟାୟ ଅଛି ? ତାହା କେବେ ହେଁ ନ ହେଉ।
Galatians 2:6 in Oriya 6 ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
Ephesians 6:9 in Oriya 9 ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି, ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।
Colossians 3:25 in Oriya 25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;