2 Chronicles 21:11 in Oriya 11 ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।
Other Translations King James Version (KJV) Moreover he made high places in the mountains of Judah and caused the inhabitants of Jerusalem to commit fornication, and compelled Judah thereto.
American Standard Version (ASV) Moreover he made high places in the mountains of Judah, and made the inhabitants of Jerusalem to play the harlot, and led Judah astray.
Bible in Basic English (BBE) And more than this, he made high places in the mountains of Judah, teaching the people of Jerusalem to go after false gods, and guiding Judah away from the true way.
Darby English Bible (DBY) Moreover he made high places on the mountains of Judah, and caused the inhabitants of Jerusalem to commit fornication, and compelled Judah [thereto].
Webster's Bible (WBT) Moreover, he made high places in the mountains of Judah, and caused the inhabitants of Jerusalem to commit fornication, and compelled Judah to do the same.
World English Bible (WEB) Moreover he made high places in the mountains of Judah, and made the inhabitants of Jerusalem to play the prostitute, and led Judah astray.
Young's Literal Translation (YLT) also, he hath made high places in the mountains of Judah, and causeth the inhabitants of Jerusalem to commit whoredom, and compelleth Judah.
Cross Reference Leviticus 17:7 in Oriya 7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Leviticus 20:5 in Oriya 5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
Deuteronomy 12:2 in Oriya 2 ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।
1 Kings 11:7 in Oriya 7 ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
1 Kings 14:9 in Oriya 9 ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;
1 Kings 14:16 in Oriya 16 ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।
2 Kings 9:22 in Oriya 22 ପୁଣି ଯୋରାମ୍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି ?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍ର ଏତେ ବ୍ୟଭିଚାର ଓ ମାୟାବିତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ ?”
2 Kings 21:11 in Oriya 11 “ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।”
2 Chronicles 21:13 in Oriya 13 ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
2 Chronicles 33:9 in Oriya 9 ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।
Psalm 78:58 in Oriya 58 କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
Psalm 106:39 in Oriya 39 ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।
Ezekiel 16:15 in Oriya 15 ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।
Ezekiel 20:28 in Oriya 28 କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
Daniel 3:5 in Oriya 5 ଯେଉଁ ସମୟରେ ତୁମ୍ଭେମାନେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ ଓ ନେବଲ, ମୃଦଙ୍ଗ ଓ ସବୁ ପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖଦ୍ନିତ୍ସରଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମା ସମ୍ମୁଖରେ ଉବୁଡ଼ ହୋଇ ପ୍ରଣାମ କରିବ।
Daniel 3:15 in Oriya 15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ' ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରିବ ?
Habakkuk 2:15 in Oriya 15 ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ, ତହିଁ ସଙ୍ଗେ ଆପଣାର ବିଷ ମିଶାଇ ତାହାକୁ ମତ୍ତ କରେ, ସେ ସନ୍ତାପର ପାତ୍ର !
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।
Revelation 13:15 in Oriya 15 ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।
Revelation 17:1 in Oriya 1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,