2 Chronicles 23:11 in Oriya 11 ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।
Other Translations King James Version (KJV) Then they brought out the king's son, and put upon him the crown, and gave him the testimony, and made him king. And Jehoiada and his sons anointed him, and said, God save the king.
American Standard Version (ASV) Then they brought out the king's son, and put the crown upon him, and `gave him' the testimony, and made him king: and Jehoiada and his sons anointed him; and they said, `Long' live the king.
Bible in Basic English (BBE) Then they made the king's son come out, and they put the crown on his head and gave him the arm-bands and made him king: and Jehoiada and his sons put the holy oil on him and said, Long life to the king.
Darby English Bible (DBY) And they brought forth the king's son, and put the crown upon him, and [gave him] the testimony, and made him king. And Jehoiada and his sons anointed him, and said, Long live the king!
Webster's Bible (WBT) Then they brought out the king's son, and put upon him the crown, and gave him the testimony, and made him king. And Jehoiada and his sons anointed him, and said, God save the king.
World English Bible (WEB) Then they brought out the king's son, and put the crown on him, and [gave him] the testimony, and made him king: and Jehoiada and his sons anointed him; and they said, [Long] live the king.
Young's Literal Translation (YLT) And they bring out the son of the king, and put upon him the crown, and the testimony, and cause him to reign; and Jehoiada and his sons anoint him, and say, `Let the king live!'
Cross Reference Exodus 25:16 in Oriya 16 ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।
Exodus 31:18 in Oriya 18 ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।
Deuteronomy 17:18 in Oriya 18 ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ।
1 Samuel 10:1 in Oriya 1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ?
1 Samuel 10:24 in Oriya 24 ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ ? ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, ରାଜା ଚିରଜୀବୀ ହେଉନ୍ତୁ।
2 Samuel 1:10 in Oriya 10 ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋ' ସ୍ବାମୀଙ୍କ କତିକି ଆଣିଅଛି।
2 Samuel 5:3 in Oriya 3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
2 Samuel 16:16 in Oriya 16 ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ !”
1 Kings 1:34 in Oriya 34 ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
1 Kings 1:39 in Oriya 39 ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
2 Kings 11:12 in Oriya 12 ସେତେବେଳେ ସେ ରାଜପୁତ୍ର ଯୋୟାଶ୍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
2 Chronicles 22:11 in Oriya 11 ମାତ୍ର ରାଜାଙ୍କର କନ୍ୟା ଯିହୋଶାବତ୍ ଅହସୀୟଙ୍କର ପୁତ୍ର ଯୋୟାଶ୍ଙ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାଙ୍କୁ ଚୋରାଇ ନେଇ ତାଙ୍କୁ ଓ ତାଙ୍କର ଧାତ୍ରୀକୁ ଶୟନାଗାରରେ ରଖିଲା। ଏହିରୂପେ ଯିହୋୟାଦା ଯାଜକର ଭାର୍ଯ୍ୟା, ଯିହୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶାବତ୍, ଅଥଲୀୟାଙ୍କଠାରୁ ତାଙ୍କୁ ଲୁଚାଇଲା, ତେଣୁ ସେ ତାଙ୍କୁ ବଧ କରି ପାରିଲେ ନାହିଁ।
Psalm 2:10 in Oriya 10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର।
Psalm 21:3 in Oriya 3 କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।
Psalm 78:5 in Oriya 5 କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
Psalm 89:20 in Oriya 20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
Psalm 89:39 in Oriya 39 ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
Psalm 132:18 in Oriya 18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ।
Isaiah 8:16 in Oriya 16 ତୁମ୍ଭେ ଏହି ପ୍ରମାଣବାକ୍ୟ ବାନ୍ଧ, ମୋ' ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
Isaiah 8:20 in Oriya 20 ବ୍ୟବସ୍ଥା ଓ ପ୍ରମାଣବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
Isaiah 49:23 in Oriya 23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।
Matthew 21:9 in Oriya 9 ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।
Acts 4:26 in Oriya 26 ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।
Hebrews 2:9 in Oriya 9 କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଇଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
James 1:12 in Oriya 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
Revelation 4:4 in Oriya 4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।
Revelation 4:10 in Oriya 10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
Revelation 5:10 in Oriya 10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଇଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।
Revelation 19:12 in Oriya 12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ।