2 Chronicles 25:8 in Oriya 8 ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ୍ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।
Other Translations King James Version (KJV) But if thou wilt go, do it; be strong for the battle: God shall make thee fall before the enemy: for God hath power to help, and to cast down.
American Standard Version (ASV) But if thou wilt go, do `valiantly', be strong for the battle: God will cast thee down before the enemy; for God hath power to help, and to cast down.
Bible in Basic English (BBE) But go yourself, and be strong in war; God will not let you go down before those who are fighting against you; for God has power to give help or to send you down before your attackers.
Darby English Bible (DBY) But if thou wilt go, do [it]; be strong for the battle: God will make thee fall before the enemy, for there is with God power to help and to cast down.
Webster's Bible (WBT) But if thou wilt go, do it, be strong for the battle: God will make thee fall before the enemy: for God hath power to help, and to cast down.
World English Bible (WEB) But if you will go, do [valiantly], be strong for the battle: God will cast you down before the enemy; for God has power to help, and to cast down.
Young's Literal Translation (YLT) but if thou art going -- do `it', be strong for battle, God doth cause thee to stumble before an enemy, for there is power in God to help, and to cause to stumble.'
Cross Reference Deuteronomy 8:18 in Oriya 18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
Judges 7:7 in Oriya 7 ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ।
1 Samuel 14:6 in Oriya 6 ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।
2 Chronicles 1:12 in Oriya 12 ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”
2 Chronicles 14:11 in Oriya 11 ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ୍ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
2 Chronicles 18:14 in Oriya 14 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି ?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
2 Chronicles 20:6 in Oriya 6 ଆଉ ସେ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତୃପୁରୁଷଗଣର ପରମେଶ୍ୱର, ତୁମ୍ଭେ କ'ଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ ? ତୁମ୍ଭେ କ'ଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।
Job 5:18 in Oriya 18 କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
Job 9:13 in Oriya 13 ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି।
Psalm 20:7 in Oriya 7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Psalm 24:1 in Oriya 1 ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
Psalm 33:10 in Oriya 10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଙ୍କଳ୍ପସବୁ ବିଫଳ କରନ୍ତି।
Psalm 33:16 in Oriya 16 କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।
Psalm 62:11 in Oriya 11 ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
Proverbs 10:22 in Oriya 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
Ecclesiastes 9:11 in Oriya 11 ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହ ପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।
Ecclesiastes 11:9 in Oriya 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
Isaiah 8:9 in Oriya 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।
Joel 3:9 in Oriya 9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
Haggai 2:8 in Oriya 8 ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 26:45 in Oriya 45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
Luke 18:29 in Oriya 29 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଇଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କି ସ୍ତ୍ରୀକୁ ଭାଇ କି ବାପା ମା କି ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି
Philippians 4:19 in Oriya 19 ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।