2 Chronicles 28:6 in Oriya 6 କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
Other Translations King James Version (KJV) For Pekah the son of Remaliah slew in Judah an hundred and twenty thousand in one day, which were all valiant men; because they had forsaken the LORD God of their fathers.
American Standard Version (ASV) For Pekah the son of Remaliah slew in Judah a hundred and twenty thousand in one day, all of them valiant men; because they had forsaken Jehovah, the God of their fathers.
Bible in Basic English (BBE) For Pekah, the son of Remaliah, in one day put to death a hundred and twenty thousand men of Judah, all of them good fighting-men; because they had given up the Lord, the God of their fathers.
Darby English Bible (DBY) And Pekah the son of Remaliah slew in Judah a hundred and twenty thousand in one day, all valiant men, because they had forsaken Jehovah the God of their fathers.
Webster's Bible (WBT) For Pekah the son of Remaliah slew in Judah a hundred and twenty thousand in one day, who were all valiant men; because they had forsaken the LORD God of their fathers.
World English Bible (WEB) For Pekah the son of Remaliah killed in Judah one hundred twenty thousand in one day, all of them valiant men; because they had forsaken Yahweh, the God of their fathers.
Young's Literal Translation (YLT) And Pekah son of Remaliah slayeth in Judah a hundred and twenty thousand in one day (the whole `are' sons of valour), because of their forsaking Jehovah, God of their fathers.
Cross Reference Deuteronomy 6:14 in Oriya 14 ତୁମ୍ଭେମାନେ ଅନ୍ୟ ଦେବଗଣର, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ଲୋକଙ୍କ ଦେବଗଣର ପଶ୍ଚାଦ୍ଗାମୀ ହେବ ନାହିଁ;
Deuteronomy 28:15 in Oriya 15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Deuteronomy 28:25 in Oriya 25 ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।
Deuteronomy 29:24 in Oriya 24 ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି ? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ ?
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
Deuteronomy 32:20 in Oriya 20 ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ସେମାନଙ୍କର ଶେଷ ଦଶା କ'ଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।
Joshua 23:16 in Oriya 16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”
Joshua 24:20 in Oriya 20 ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
2 Kings 15:27 in Oriya 27 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।
2 Kings 15:37 in Oriya 37 ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନ୍କୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।
2 Kings 16:5 in Oriya 5 ସେତେବେଳେ ଅରାମର ରାଜା ରତ୍ସୀନ୍ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।
2 Chronicles 13:17 in Oriya 17 ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ।
2 Chronicles 15:2 in Oriya 2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋ' କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
Isaiah 1:28 in Oriya 28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
Isaiah 7:4 in Oriya 4 ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
Isaiah 7:9 in Oriya 9 ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।”
Isaiah 9:21 in Oriya 21 ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 24:5 in Oriya 5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
Jeremiah 2:19 in Oriya 19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।
Jeremiah 15:6 in Oriya 6 ସଦାପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।