2 Chronicles 32:25 in Oriya 25 ମାତ୍ର ହିଜକିୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
Other Translations King James Version (KJV) But Hezekiah rendered not again according to the benefit done unto him; for his heart was lifted up: therefore there was wrath upon him, and upon Judah and Jerusalem.
American Standard Version (ASV) But Hezekiah rendered not again according to the benefit done unto him; for his heart was lifted up: therefore there was wrath upon him, and upon Judah and Jerusalem.
Bible in Basic English (BBE) But Hezekiah did not do as had been done to him; for his heart was lifted up in pride; and so wrath came on him and on Judah and Jerusalem.
Darby English Bible (DBY) But Hezekiah rendered not again according to the benefit [done] to him, for his heart was lifted up; and there was wrath upon him, and upon Judah and Jerusalem.
Webster's Bible (WBT) But Hezekiah rendered not again according to the benefit done to him; for his heart was lifted up: therefore there was wrath upon him, and upon Judah and Jerusalem.
World English Bible (WEB) But Hezekiah didn't render again according to the benefit done to him; for his heart was lifted up: therefore there was wrath on him, and on Judah and Jerusalem.
Young's Literal Translation (YLT) and Hezekiah hath not returned according to the deed `done' unto him, for his heart hath been lofty, and there is wrath upon him, and upon Judah and Jerusalem;
Cross Reference Deuteronomy 8:12 in Oriya 12 ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,
Deuteronomy 8:17 in Oriya 17 ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।
Deuteronomy 32:6 in Oriya 6 ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି ? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।
2 Samuel 24:1 in Oriya 1 ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”
2 Samuel 24:10 in Oriya 10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
2 Kings 14:10 in Oriya 10 ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?”
2 Kings 20:13 in Oriya 13 ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।
1 Chronicles 21:1 in Oriya 1 ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
1 Chronicles 21:12 in Oriya 12 ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ଼୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ଼୍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋ' ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”
2 Chronicles 19:2 in Oriya 2 ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।
2 Chronicles 24:18 in Oriya 18 ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
2 Chronicles 25:19 in Oriya 19 ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?
2 Chronicles 26:16 in Oriya 16 ମାତ୍ର ସେ ବଳବାନ୍ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
2 Chronicles 32:31 in Oriya 31 ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ି ଦେଲେ।
Psalm 116:12 in Oriya 12 ମୋ' ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି ?
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Ezekiel 28:5 in Oriya 5 ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।
Ezekiel 28:17 in Oriya 17 ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ।
Daniel 5:20 in Oriya 20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Hosea 14:2 in Oriya 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
Habakkuk 2:4 in Oriya 4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
Luke 17:17 in Oriya 17 ସେଥିରେ ଯୀଶୁ ଉତ୍ତର ଦେଲେ, ଦଶ ଜଣ କ'ଣ ଶୁଚି ହେଲେ ନାହିଁ ?
2 Corinthians 12:7 in Oriya 7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥି ନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।
1 Timothy 3:6 in Oriya 6 ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।