2 Chronicles 32:8 in Oriya 8 ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି। ଏଥିରେ ଲୋକମାନେ ଯିହୁଦା-ରାଜା ହିଜକିୟଙ୍କ ବାକ୍ୟରେ ନିର୍ଭର ରଖିଲେ।
Other Translations King James Version (KJV) With him is an arm of flesh; but with us is the LORD our God to help us, and to fight our battles. And the people rested themselves upon the words of Hezekiah king of Judah.
American Standard Version (ASV) with him is an arm of flesh; but with us is Jehovah our God to help us, and to fight our battles. And the people rested themselves upon the words of Hezekiah king of Judah.
Bible in Basic English (BBE) With him is an arm of flesh; but we have the Lord our God, helping us and fighting for us. And the people put their faith in what Hezekiah, king of Judah, said.
Darby English Bible (DBY) with him is an arm of flesh, but with us is Jehovah our God to help us and to fight our battles. And the people depended upon the words of Hezekiah king of Judah.
Webster's Bible (WBT) With him is an arm of flesh; but with us is the LORD our God to help us, and to fight our battles. And the people rested themselves upon the words of Hezekiah king of Judah.
World English Bible (WEB) with him is an arm of flesh; but with us is Yahweh our God to help us, and to fight our battles. The people rested themselves on the words of Hezekiah king of Judah.
Young's Literal Translation (YLT) With him `is' an arm of flesh, and with us `is' Jehovah our God, to help us, and to fight our battles;' and the people are supported by the words of Hezekiah king of Judah.
Cross Reference Deuteronomy 20:1 in Oriya 1 ‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
Deuteronomy 20:4 in Oriya 4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।
Joshua 10:42 in Oriya 42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
2 Chronicles 13:12 in Oriya 12 ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”
2 Chronicles 14:11 in Oriya 11 ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ୍ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
2 Chronicles 20:15 in Oriya 15 ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।
2 Chronicles 20:17 in Oriya 17 ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ; ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”
2 Chronicles 20:20 in Oriya 20 ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରି ଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋ' କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍-ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”
2 Chronicles 32:15 in Oriya 15 ଏହେତୁ ହିଜକିୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋ' ହସ୍ତରୁ ଓ ମୋ' ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରି ପାରିବେ ?
Job 40:9 in Oriya 9 ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର ?
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Proverbs 12:25 in Oriya 25 ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
Isaiah 8:10 in Oriya 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Isaiah 36:18 in Oriya 18 ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କ'ଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି ?
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Jeremiah 17:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
Acts 18:10 in Oriya 10 କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”
2 Timothy 4:17 in Oriya 17 କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
2 Timothy 4:22 in Oriya 22 ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।
1 John 4:4 in Oriya 4 ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।