2 Chronicles 33:13 in Oriya 13 ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି।
Other Translations King James Version (KJV) And prayed unto him: and he was intreated of him, and heard his supplication, and brought him again to Jerusalem into his kingdom. Then Manasseh knew that the LORD he was God.
American Standard Version (ASV) And he prayed unto him; and he was entreated of him, and heard his supplication, and brought him again to Jerusalem into his kingdom. Then Manasseh knew that Jehovah he was God.
Bible in Basic English (BBE) And made prayer to him; and in answer to his prayer God let him come back to Jerusalem and to his kingdom. Then Manasseh was certain that the Lord was God.
Darby English Bible (DBY) and prayed to him. And he was intreated of him and heard his supplication, and brought him again to Jerusalem into his kingdom. Then Manasseh knew that Jehovah, he was God.
Webster's Bible (WBT) And prayed to him: and he was entreated by him, and heard his supplication, and brought him again to Jerusalem into his kingdom. Then Manasseh knew that the LORD he is God.
World English Bible (WEB) He prayed to him; and he was entreated of him, and heard his supplication, and brought him again to Jerusalem into his kingdom. Then Manasseh knew that Yahweh he was God.
Young's Literal Translation (YLT) and prayeth unto Him, and He is entreated of him, and heareth his supplication, and bringeth him back to Jerusalem, to his kingdom, and Manasseh knoweth that Jehovah -- He `is' God.
Cross Reference Deuteronomy 29:6 in Oriya 6 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।
1 Chronicles 5:20 in Oriya 20 ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।
Ezra 7:27 in Oriya 27 ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,
Ezra 8:23 in Oriya 23 ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।
Job 22:23 in Oriya 23 ଯେବେ ତୁମ୍ଭେ ସର୍ବଶକ୍ତିମାନଙ୍କ ପ୍ରତି ଫେରିବ, ଯେବେ ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।
Job 22:27 in Oriya 27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।
Job 33:16 in Oriya 16 ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,
Psalm 9:16 in Oriya 16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍, ସେଲା
Psalm 32:3 in Oriya 3 ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
Psalm 46:10 in Oriya 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
Psalm 86:5 in Oriya 5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
Proverbs 16:7 in Oriya 7 ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
Proverbs 21:1 in Oriya 1 ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 24:7 in Oriya 7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।'
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Daniel 4:25 in Oriya 25 ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
Daniel 4:34 in Oriya 34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ' କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
Matthew 6:33 in Oriya 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Luke 23:42 in Oriya 42 ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
Hebrews 8:11 in Oriya 11 ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ସେମାନେ ଆମ୍ଭର ଲୋକ ହେବେ ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ।