2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Other Translations King James Version (KJV) But they mocked the messengers of God, and despised his words, and misused his prophets, until the wrath of the LORD arose against his people, till there was no remedy.
American Standard Version (ASV) but they mocked the messengers of God, and despised his words, and scoffed at his prophets, until the wrath of Jehovah arose against his people, till there was no remedy.
Bible in Basic English (BBE) But they put shame on the servants of God, making sport of his words and laughing at his prophets, till the wrath of God was moved against his people, till there was no help.
Darby English Bible (DBY) But they mocked at the messengers of God, and despised his words, and scoffed at his prophets, until the fury of Jehovah rose against his people, and there was no remedy.
Webster's Bible (WBT) But they mocked the messengers of God, and despised his words, and misused his prophets, until the wrath of the LORD arose against his people, till there was no remedy.
World English Bible (WEB) but they mocked the messengers of God, and despised his words, and scoffed at his prophets, until the wrath of Yahweh arose against his people, until there was no remedy.
Young's Literal Translation (YLT) and they are mocking at the messengers of God, and despising His words, and acting deceitfully with His prophets, till the going up of the fury of Jehovah against His people -- till there is no healing.
Cross Reference 2 Chronicles 30:10 in Oriya 10 ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୁନ୍ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ।
Ezra 5:12 in Oriya 12 ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲଦୀୟ ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।
Psalm 35:16 in Oriya 16 ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ' ଉପରେ ଦନ୍ତ ଘର୍ଷଣ କଲେ।
Psalm 74:1 in Oriya 1 ଆସଫର ମସ୍କୀଲ୍। ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?
Psalm 79:1 in Oriya 1 ଆସଫର ଗୀତ। ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।
Proverbs 1:24 in Oriya 24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
Proverbs 6:15 in Oriya 15 ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ।
Proverbs 29:1 in Oriya 1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ।
Isaiah 28:22 in Oriya 22 ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।
Jeremiah 5:12 in Oriya 12 ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, “ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;”
Jeremiah 20:7 in Oriya 7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋ' ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।
Jeremiah 32:3 in Oriya 3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ;
Jeremiah 38:6 in Oriya 6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
Matthew 5:12 in Oriya 12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
Matthew 21:33 in Oriya 33 ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।
Luke 16:14 in Oriya 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Luke 18:32 in Oriya 32 କାରଣ ଯୀଶୁ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପିତ ହେବେ, ପୁଣି, ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ,
Luke 22:63 in Oriya 63 ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
Luke 23:11 in Oriya 11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।
Luke 23:36 in Oriya 36 ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
Acts 2:13 in Oriya 13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Acts 13:41 in Oriya 41 “ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।”
Acts 17:32 in Oriya 32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
Hebrews 11:36 in Oriya 36 ଅନ୍ୟମାନେ ବିଦ୍ରୁପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;