2 Chronicles 6:14 in Oriya 14 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
Other Translations King James Version (KJV) And said, O LORD God of Israel, there is no God like thee in the heaven, nor in the earth; which keepest covenant, and showest mercy unto thy servants, that walk before thee with all their hearts:
American Standard Version (ASV) and he said, O Jehovah, the God of Israel, there is no God like thee, in heaven, or on earth; who keepest covenant and lovingkindness with thy servants, that walk before thee with all their heart;
Bible in Basic English (BBE) And he said, O Lord, the God of Israel, there is no God like you in heaven or on earth; keeping faith and mercy unchanging for your servants, while they go in your ways with all their hearts;
Darby English Bible (DBY) and said, Jehovah, God of Israel! there is no God like thee, in the heavens or on the earth, who keepest covenant and mercy with thy servants that walk before thee with all their heart;
Webster's Bible (WBT) And said, O LORD God of Israel, there is no God like thee in the heaven, nor on the earth; who keepest covenant, and showest mercy to thy servants, that walk before thee with all their hearts:
World English Bible (WEB) and he said, Yahweh, the God of Israel, there is no God like you, in heaven, or on earth; who keep covenant and loving kindness with your servants, who walk before you with all their heart;
Young's Literal Translation (YLT) and saith, `O Jehovah God of Israel, there is not like Thee a god in the heavens and in the earth, keeping the covenant and the kindness for Thy servants who are walking before Thee with all their heart;
Cross Reference Genesis 5:24 in Oriya 24 ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Genesis 33:20 in Oriya 20 ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।
Genesis 35:10 in Oriya 10 ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ; ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।”
Exodus 3:15 in Oriya 15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
Exodus 15:11 in Oriya 11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?
Deuteronomy 4:39 in Oriya 39 ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଉର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।
Deuteronomy 7:9 in Oriya 9 ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
2 Samuel 7:22 in Oriya 22 ଏହେତୁ ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
1 Kings 3:6 in Oriya 6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।
1 Kings 6:12 in Oriya 12 ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।
1 Kings 8:23 in Oriya 23 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;
1 Kings 18:36 in Oriya 36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
1 Chronicles 29:10 in Oriya 10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
1 Chronicles 29:20 in Oriya 20 ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।
Nehemiah 1:5 in Oriya 5 “ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
Psalm 86:8 in Oriya 8 ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
Psalm 89:6 in Oriya 6 କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
Psalm 89:8 in Oriya 8 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
Psalm 89:28 in Oriya 28 ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।
Psalm 103:17 in Oriya 17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
Jeremiah 10:6 in Oriya 6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
Jeremiah 10:16 in Oriya 16 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Daniel 9:4 in Oriya 4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Luke 1:6 in Oriya 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଇଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
Luke 1:50 in Oriya 50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।
Luke 1:54 in Oriya 54 ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି,
Luke 1:72 in Oriya 72 ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି,
1 Thessalonians 2:12 in Oriya 12 ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଇଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର।