2 Chronicles 6:32 in Oriya 32 ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ୍ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ;
Other Translations King James Version (KJV) Moreover concerning the stranger, which is not of thy people Israel, but is come from a far country for thy great name's sake, and thy mighty hand, and thy stretched out arm; if they come and pray in this house;
American Standard Version (ASV) Moreover concerning the foreigner, that is not of thy people Israel, when he shall come from a far country for thy great name's sake, and thy mighty hand, and thine outstretched arm; when they shall come and pray toward this house:
Bible in Basic English (BBE) And as for the man from a strange land, who is not of your people Israel but comes from a far country because of the glory of your name and your strong hand and your outstretched arm; when he comes to make his prayer, turning to this house:
Darby English Bible (DBY) And as to the stranger also, who is not of thy people Israel, but cometh out of a far country for thy great name's sake, and thy mighty hand and thy stretched-out arm; when they shall come and pray toward this house,
Webster's Bible (WBT) Moreover concerning the stranger, who is not of thy people Israel, but hath come from a distant country for thy great name's sake, and thy mighty hand, and thy out-stretched arm; if they come and pray in this house;
World English Bible (WEB) Moreover concerning the foreigner, who is not of your people Israel, when he shall come from a far country for your great name's sake, and your mighty hand, and your outstretched arm; when they shall come and pray toward this house:
Young's Literal Translation (YLT) `And also, unto the stranger who is not of Thy people Israel, and he hath come from a land afar off for the sake of Thy great name, and Thy strong hand, and Thy stretched-out arm, and they have come in and prayed towards this house:
Cross Reference Exodus 3:19 in Oriya 19 ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
Exodus 12:48 in Oriya 48 ପୁଣି, ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ।
Exodus 13:14 in Oriya 14 ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ଏହା କଅଣ ? ତେବେ ତୁମ୍ଭେ କହିବ, ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,
Exodus 18:8 in Oriya 8 ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।
Joshua 2:9 in Oriya 9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
Joshua 9:9 in Oriya 9 ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”
Ruth 1:16 in Oriya 16 ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ।
Ruth 2:11 in Oriya 11 ବୋୟଜ ତାହାକୁ ଉତ୍ତର ଦେଇ କହିଲା, “ତୁମ୍ଭ ସ୍ୱାମୀର ମୃତ୍ୟୁୁ ଉତ୍ତାରେ ତୁମ୍ଭେ ନିଜ ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ନିଜ ପିତା ଓ ନିଜ ମାତା ଓ ନିଜ ଜନ୍ମଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହା ଯାଇଅଛି।
1 Kings 8:41 in Oriya 41 ଆହୁରି ଯେ ତୁମ୍ଭର ଇସ୍ରାଏଲ-ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;
1 Kings 10:1 in Oriya 1 ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।
2 Kings 5:3 in Oriya 3 ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋ' ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”
2 Kings 5:8 in Oriya 8 ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ ? ସେ ଏବେ ମୋ' ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍ବକ୍ତା ଅଛି, ଏହା ସେ ଜାଣିବ।”
2 Kings 5:15 in Oriya 15 ଏଥିଉତ୍ତାରେ ନାମାନ୍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
Psalm 89:13 in Oriya 13 ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
Isaiah 56:3 in Oriya 3 “ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ୍ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”
Isaiah 60:1 in Oriya 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Isaiah 66:20 in Oriya 20 ପୁଣି, ସଦାପ୍ରଭୁ କହନ୍ତି, “ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।”
Zechariah 8:22 in Oriya 22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ।
Zechariah 14:16 in Oriya 16 ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ।
Matthew 2:1 in Oriya 1 ହେରୋଦ ରାଜାଙ୍କ ସମୟରେ ଯିହୂଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବଦେଶର କେତେକ ପଣ୍ଡିତ ଯିରୂଶାଲମକୁ ଆସି କହିଲେ,
Matthew 8:10 in Oriya 10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।
Matthew 12:42 in Oriya 42 ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
John 10:16 in Oriya 16 ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।
John 12:20 in Oriya 20 ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ।
Acts 2:10 in Oriya 10 ଫ୍ରୁଗିଆ ଓ ଫଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୂଦୀ ଓ ଯିହୂଦୀ ଧର୍ମାବଲମ୍ବୀ ପ୍ରବାସୀ,
Acts 8:27 in Oriya 27 ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
Acts 10:1 in Oriya 1 କାଇସରିୟା ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;
Ephesians 2:12 in Oriya 12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର।