2 Chronicles 7:1 in Oriya 1 ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
Other Translations King James Version (KJV) Now when Solomon had made an end of praying, the fire came down from heaven, and consumed the burnt offering and the sacrifices; and the glory of the LORD filled the house.
American Standard Version (ASV) Now when Solomon had made an end of praying, the fire came down from heaven, and consumed the burnt-offering and the sacrifices; and the glory of Jehovah filled the house.
Bible in Basic English (BBE) Now when Solomon's prayers were ended, fire came down from heaven, burning up all the offerings; and the house was full of the glory of the Lord.
Darby English Bible (DBY) And when Solomon had ended praying, the fire came down from the heavens and consumed the burnt-offering and the sacrifices; and the glory of Jehovah filled the house.
Webster's Bible (WBT) Now when Solomon had made an end of praying, the fire came down from heaven, and consumed the burnt-offering and the sacrifices; and the glory of the LORD filled the house.
World English Bible (WEB) Now when Solomon had made an end of praying, the fire came down from heaven, and consumed the burnt offering and the sacrifices; and the glory of Yahweh filled the house.
Young's Literal Translation (YLT) And at Solomon's finishing to pray, then the fire hath come down from the heavens, and consumeth the burnt-offering and the sacrifices, and the honour of Jehovah hath filled the house,
Cross Reference Genesis 15:17 in Oriya 17 ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା।
Exodus 29:43 in Oriya 43 ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ।
Exodus 40:34 in Oriya 34 ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
Leviticus 9:23 in Oriya 23 ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।
Judges 6:21 in Oriya 21 ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।
1 Kings 8:10 in Oriya 10 ଆଉ, ଯାଜକମାନେ ପବିତ୍ରସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;
1 Kings 8:54 in Oriya 54 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।
1 Kings 18:24 in Oriya 24 ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।”
1 Kings 18:38 in Oriya 38 ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
1 Chronicles 21:26 in Oriya 26 ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।
2 Chronicles 5:13 in Oriya 13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
Isaiah 6:1 in Oriya 1 ଉଷିୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
Isaiah 65:24 in Oriya 24 ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।
Ezekiel 10:3 in Oriya 3 ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।
Ezekiel 43:5 in Oriya 5 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
Ezekiel 44:4 in Oriya 4 ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।
Daniel 9:20 in Oriya 20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ'ର ପାପ ଓ ମୋ'ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ' ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ' ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;
Haggai 2:7 in Oriya 7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Acts 4:31 in Oriya 31 ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଇଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
Acts 16:25 in Oriya 25 କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଇଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।
Revelation 21:23 in Oriya 23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଇଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।