2 Corinthians 1:4 in Oriya 4 ଇଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
Other Translations King James Version (KJV) Who comforteth us in all our tribulation, that we may be able to comfort them which are in any trouble, by the comfort wherewith we ourselves are comforted of God.
American Standard Version (ASV) who comforteth us in all our affliction, that we may be able to comfort them that are in any affliction, through the comfort wherewith we ourselves are comforted of God.
Bible in Basic English (BBE) Who gives us comfort in all our troubles, so that we may be able to give comfort to others who are in trouble, through the comfort with which we ourselves are comforted by God.
Darby English Bible (DBY) who encourages us in all our tribulation, that we may be able to encourage those who are in any tribulation whatever, through the encouragement with which we ourselves are encouraged of God.
World English Bible (WEB) who comforts us in all our affliction, that we may be able to comfort those who are in any affliction, through the comfort with which we ourselves are comforted by God.
Young's Literal Translation (YLT) who is comforting us in all our tribulation, for our being able to comfort those in any tribulation through the comfort with which we are comforted ourselves by God;
Cross Reference Psalm 32:5 in Oriya 5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। ସେଲା
Psalm 32:7 in Oriya 7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। ସେଲା
Psalm 34:2 in Oriya 2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
Psalm 66:16 in Oriya 16 ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
Psalm 86:17 in Oriya 17 ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋ' ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ପ୍ରଭୁ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ୱନା କରିଅଛ।
Isaiah 12:1 in Oriya 1 ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
Isaiah 40:1 in Oriya 1 “ମୋ' ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।
Isaiah 49:10 in Oriya 10 ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।
Isaiah 51:3 in Oriya 3 କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।
Isaiah 51:12 in Oriya 12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,
Isaiah 52:9 in Oriya 9 ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।
Isaiah 66:12 in Oriya 12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।
John 14:16 in Oriya 16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,
John 14:18 in Oriya 18 ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।
John 14:26 in Oriya 26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
2 Corinthians 1:5 in Oriya 5 କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।
2 Corinthians 7:6 in Oriya 6 ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ୱର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,
2 Corinthians 7:13 in Oriya 13 ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।
Philippians 1:14 in Oriya 14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଇଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।
1 Thessalonians 4:18 in Oriya 18 ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।
1 Thessalonians 5:11 in Oriya 11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
Hebrews 12:12 in Oriya 12 ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,