2 Corinthians 12:10 in Oriya 10 ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
Other Translations King James Version (KJV) Therefore I take pleasure in infirmities, in reproaches, in necessities, in persecutions, in distresses for Christ's sake: for when I am weak, then am I strong.
American Standard Version (ASV) Wherefore I take pleasure in weaknesses, in injuries, in necessities, in persecutions, in distresses, for Christ's sake: for when I am weak, then am I strong.
Bible in Basic English (BBE) So I take pleasure in being feeble, in unkind words, in needs, in cruel attacks, in troubles, on account of Christ: for when I am feeble, then am I strong.
Darby English Bible (DBY) Wherefore I take pleasure in weaknesses, in insults, in necessities, in persecutions, in straits, for Christ: for when I am weak, then I am powerful.
World English Bible (WEB) Therefore I take pleasure in weaknesses, in injuries, in necessities, in persecutions, in distresses, for Christ's sake. For when I am weak, then am I strong.
Young's Literal Translation (YLT) wherefore I am well pleased in infirmities, in damages, in necessities, in persecutions, in distresses -- for Christ; for whenever I am infirm, then I am powerful;
Cross Reference Luke 6:22 in Oriya 22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
John 15:21 in Oriya 21 କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Romans 5:3 in Oriya 3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
Romans 8:35 in Oriya 35 ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?
1 Corinthians 4:10 in Oriya 10 ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।
2 Corinthians 1:4 in Oriya 4 ଇଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
2 Corinthians 4:5 in Oriya 5 କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।
2 Corinthians 4:8 in Oriya 8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
2 Corinthians 4:17 in Oriya 17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
2 Corinthians 5:15 in Oriya 15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି।
2 Corinthians 6:4 in Oriya 4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
2 Corinthians 7:4 in Oriya 4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।
2 Corinthians 10:18 in Oriya 18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
2 Corinthians 12:9 in Oriya 9 ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।
2 Corinthians 13:4 in Oriya 4 ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଇଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଇଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।
2 Corinthians 13:9 in Oriya 9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।
Ephesians 6:10 in Oriya 10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
Philippians 1:29 in Oriya 29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;
Philippians 2:17 in Oriya 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,
Colossians 1:24 in Oriya 24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
2 Thessalonians 1:4 in Oriya 4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଇଶ୍ବରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ।
James 1:2 in Oriya 2 ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
1 Peter 1:6 in Oriya 6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
1 Peter 4:13 in Oriya 13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
Revelation 2:3 in Oriya 3 ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଲାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ।