2 Corinthians 12:21 in Oriya 21 କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ।
Other Translations King James Version (KJV) And lest, when I come again, my God will humble me among you, and that I shall bewail many which have sinned already, and have not repented of the uncleanness and fornication and lasciviousness which they have committed.
American Standard Version (ASV) lest again when I come my God should humble me before you, and I should mourn for many of them that have sinned heretofore, and repented not of the uncleanness and fornication and lasciviousness which they committed.
Bible in Basic English (BBE) And that when I come again, my God may put me to shame among you, and I may have grief for those who have done wrong before and have had no regret for their unclean ways, and for the evil desires of the flesh to which they have given way.
Darby English Bible (DBY) lest my God should humble me as to you when I come again, and that I shall grieve over many of those who have sinned before, and have not repented as to the uncleanness and fornication and licentiousness which they have practised.
World English Bible (WEB) that again when I come my God would humble me before you, and I would mourn for many of those who have sinned before now, and not repented of the uncleanness and sexual immorality and lustfulness which they committed.
Young's Literal Translation (YLT) lest again having come, my God may humble me in regard to you, and I may bewail many of those having sinned before, and not having reformed concerning the uncleanness, and whoredom, and lasciviousness, that they did practise.
Cross Reference Exodus 32:31 in Oriya 31 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।
Deuteronomy 9:15 in Oriya 15 ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।
Deuteronomy 9:25 in Oriya 25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
1 Samuel 15:35 in Oriya 35 ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।
Ezra 9:3 in Oriya 3 ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
Ezra 10:1 in Oriya 1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।
Psalm 119:136 in Oriya 136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ' ଚକ୍ଷୁରୁ ଜଳଧାରା ବହୁଅଛି।
Jeremiah 9:1 in Oriya 1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !
Jeremiah 13:17 in Oriya 17 ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Luke 9:41 in Oriya 41 ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି ? ତୁମ୍ଭର ପୁଅକୁ ଏଠିକି ନେଇଆସ।
Romans 9:2 in Oriya 2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି।
Romans 13:13 in Oriya 13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
1 Corinthians 5:1 in Oriya 1 ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୂଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।
1 Corinthians 5:9 in Oriya 9 ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
1 Corinthians 6:15 in Oriya 15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି ? ତାହା କେବେ ହେଁ ନ ହେଉ।
2 Corinthians 2:1 in Oriya 1 ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେ ସ୍ଥିର କଲି।
2 Corinthians 7:9 in Oriya 9 ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଇଶ୍ବରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ।
2 Corinthians 8:24 in Oriya 24 ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ।
2 Corinthians 9:3 in Oriya 3 ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ,
2 Corinthians 10:6 in Oriya 6 ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ।
2 Corinthians 12:7 in Oriya 7 ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥି ନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।
2 Corinthians 13:2 in Oriya 2 ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିିଥିଲିି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
Philippians 3:18 in Oriya 18 କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Thessalonians 4:3 in Oriya 3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଇଶ୍ବରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
2 Peter 2:10 in Oriya 10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
Jude 1:7 in Oriya 7 ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।
Jude 1:23 in Oriya 23 ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।
Revelation 22:20 in Oriya 20 ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ। ଆମେନ୍, ହେ ପ୍ରଭୁ ଯୀଶୁ, ଆସନ୍ତୁ।