2 Corinthians 13:11 in Oriya 11 ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
Other Translations King James Version (KJV) Finally, brethren, farewell. Be perfect, be of good comfort, be of one mind, live in peace; and the God of love and peace shall be with you.
American Standard Version (ASV) Finally, brethren, farewell. Be perfected; be comforted; be of the same mind; live in peace: and the God of love and peace shall be with you.
Bible in Basic English (BBE) Let this be my last word, brothers; be glad; be complete; be comforted; be of the same mind; be at peace with one another: and the God of love and peace will be with you.
Darby English Bible (DBY) For the rest, brethren, rejoice; be perfected; be encouraged; be of one mind; be at peace; and the God of love and peace shall be with you.
World English Bible (WEB) Finally, brothers, rejoice. Be perfected, be comforted, be of the same mind, live in peace, and the God of love and peace will be with you.
Young's Literal Translation (YLT) Henceforth, brethren, rejoice; be made perfect, be comforted, be of the same mind, be at peace, and the God of the love and peace shall be with you;
Cross Reference Genesis 37:4 in Oriya 4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
Genesis 45:24 in Oriya 24 ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
Matthew 1:23 in Oriya 23 “ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ୱର।”
Matthew 5:48 in Oriya 48 ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
Mark 9:50 in Oriya 50 ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ ? ତୁମ୍ଭେମାନେ ଆପଣମାନଙ୍କ ମଧ୍ୟରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।
Mark 10:49 in Oriya 49 ସେଥିରେ ଯୀଶୁ ଠିଆ ହୋଇ କହିଲେ, ତାହାକୁ ଡାକ। ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି।
Luke 9:61 in Oriya 61 ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।
John 17:23 in Oriya 23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
Acts 15:29 in Oriya 29 ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
Acts 18:21 in Oriya 21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଇଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।
Acts 23:30 in Oriya 30 ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠେଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି।
Romans 12:16 in Oriya 16 ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
Romans 12:18 in Oriya 18 ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
Romans 14:19 in Oriya 19 ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।
Romans 15:5 in Oriya 5 ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
Romans 15:13 in Oriya 13 ସେହି ଭରସାର ଈଶ୍ୱର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
Romans 15:33 in Oriya 33 ଶାନ୍ତିଦାତା ଈଶ୍ୱର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ। ଆମେନ୍।
Romans 16:20 in Oriya 20 ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
1 Corinthians 1:10 in Oriya 10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
2 Corinthians 1:4 in Oriya 4 ଇଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
2 Corinthians 13:9 in Oriya 9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।
Ephesians 4:3 in Oriya 3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।
Ephesians 6:23 in Oriya 23 ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।
Philippians 1:27 in Oriya 27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Philippians 2:1 in Oriya 1 ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,
Philippians 3:16 in Oriya 16 କେବଳ, ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।
Philippians 4:2 in Oriya 2 ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି।
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
Philippians 4:9 in Oriya 9 ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋ'ଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋ'ଠାରେ ଦେଖିଅଛ, ସେହି ସବୁ କର; ସେଥିରେ ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
1 Thessalonians 4:18 in Oriya 18 ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।
1 Thessalonians 5:13 in Oriya 13 ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।
1 Thessalonians 5:16 in Oriya 16 ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
1 Thessalonians 5:23 in Oriya 23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
2 Thessalonians 3:16 in Oriya 16 ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ।
2 Timothy 2:22 in Oriya 22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
Hebrews 12:14 in Oriya 14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
Hebrews 13:20 in Oriya 20 ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
James 1:4 in Oriya 4 ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
1 Peter 3:8 in Oriya 8 ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
1 Peter 3:11 in Oriya 11 ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
1 John 4:8 in Oriya 8 ଯେ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କୁ ଜାଣେ ନାହିଁ, କାରଣ ଈଶ୍ୱର ତ ପ୍ରେମ।
Revelation 22:21 in Oriya 21 ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।