2 Corinthians 13:4 in Oriya 4 ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଇଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଇଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।
Other Translations King James Version (KJV) For though he was crucified through weakness, yet he liveth by the power of God. For we also are weak in him, but we shall live with him by the power of God toward you.
American Standard Version (ASV) for he was crucified through weakness, yet he liveth through the power of God. For we also are weak in him, but we shall live with him through the power of God toward you.
Bible in Basic English (BBE) For he was feeble in that he was put to death on the cross, but he is living by the power of God. And we are feeble in him, but we will be living with him through the power of God in relation to you.
Darby English Bible (DBY) for if indeed he has been crucified in weakness, yet he lives by God's power; for indeed *we* are weak in him, but we shall live with him by God's power towards you,)
World English Bible (WEB) For he was crucified through weakness, yet he lives through the power of God. For we also are weak in him, but we will live with him through the power of God toward you.
Young's Literal Translation (YLT) for even if he was crucified from infirmity, yet he doth live from the power of God; for we also are weak in him, but we shall live with him from the power of God toward you.
Cross Reference Luke 22:43 in Oriya 43 ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ।
John 10:18 in Oriya 18 କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।
Acts 2:36 in Oriya 36 ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ୱର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
Acts 3:16 in Oriya 16 ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
Acts 4:10 in Oriya 10 ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।
Romans 1:4 in Oriya 4 କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଇଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
Romans 6:4 in Oriya 4 ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତ୍ୟୁମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
Romans 6:8 in Oriya 8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।
Romans 14:9 in Oriya 9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।
1 Corinthians 2:3 in Oriya 3 ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;
1 Corinthians 15:43 in Oriya 43 ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ବାରା ଉତ୍ଥିତ ହୁଏ;
2 Corinthians 4:7 in Oriya 7 ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
2 Corinthians 10:3 in Oriya 3 କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,
2 Corinthians 10:10 in Oriya 10 କାରଣ ସେମାନେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।
Ephesians 1:19 in Oriya 19 ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର;
Philippians 2:7 in Oriya 7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;
Philippians 3:10 in Oriya 10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
2 Timothy 2:11 in Oriya 11 ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
Hebrews 5:7 in Oriya 7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
1 Peter 3:18 in Oriya 18 ଯେଣୁ ଆମ୍ଭମାନଙ୍କୁ ଇଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
1 Peter 3:22 in Oriya 22 ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।
Revelation 1:17 in Oriya 17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,