Cross Reference Psalm 17:3 in Oriya 3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
Psalm 26:2 in Oriya 2 ହେ ସଦାପ୍ରଭୁ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
Psalm 119:59 in Oriya 59 ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
Psalm 139:23 in Oriya 23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ' ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ;
Jeremiah 6:30 in Oriya 30 ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।
Lamentations 3:40 in Oriya 40 ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।
Ezekiel 18:28 in Oriya 28 ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Haggai 1:5 in Oriya 5 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
Haggai 1:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
John 6:6 in Oriya 6 କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କ'ଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ।
John 6:56 in Oriya 56 ଯେ ମୋହର ମାଂସ ଭୋଜନ କରେ ଓ ମୋ' ରକ୍ତ ପାନ କରେ, ସେ ମୋ'ଠାରେ ରହେ ଓ ମୁଁ ତାହାଠାରେ ରହେ।
John 14:23 in Oriya 23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
John 15:4 in Oriya 4 ମୋ'ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋ'ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
John 17:23 in Oriya 23 ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋ'ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
John 17:26 in Oriya 26 ପୁଣି, ତୁମ୍ଭେ ମୋତେ ଯେଉଁ ପ୍ରେମରେ ପ୍ରେମ କଲ, ତାହା ଯେପରି ସେମାନଙ୍କଠାରେ ଥାଏ ଓ ମୁଁ ସେମାନଙ୍କଠାରେ ରହେ, ଏନିମନ୍ତେ ମୁଁ ସେମାନଙ୍କୁ ତୁମ୍ଭ ନାମ ଜଣାଇଅଛି ଓ ଜଣାଇବି।
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Romans 8:10 in Oriya 10 କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।
1 Corinthians 3:16 in Oriya 16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଇଶ୍ବରଙ୍କ ମନ୍ଦିର, ଆଉ ଇଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
1 Corinthians 6:2 in Oriya 2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ?
1 Corinthians 6:15 in Oriya 15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି ? ତାହା କେବେ ହେଁ ନ ହେଉ।
1 Corinthians 6:19 in Oriya 19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
1 Corinthians 9:24 in Oriya 24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।
1 Corinthians 9:27 in Oriya 27 ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
1 Corinthians 11:28 in Oriya 28 କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।
1 Corinthians 11:31 in Oriya 31 କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ।
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
2 Corinthians 13:6 in Oriya 6 କିନ୍ତୁ ମୁଁ ଭରସା କରେ, ଆମ୍ଭେମାନେ ଯେ ପରୀକ୍ଷାସିଦ୍ଧ, ଏହା ତୁମ୍ଭେମାନେ ଜାଣିବ।
Galatians 2:20 in Oriya 20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଇଶ୍ବରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
Galatians 4:19 in Oriya 19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।
Galatians 6:4 in Oriya 4 କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;
Ephesians 2:20 in Oriya 20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;
Ephesians 3:17 in Oriya 17 ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
Colossians 1:23 in Oriya 23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
Colossians 1:27 in Oriya 27 ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;
Colossians 2:7 in Oriya 7 ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ।
Colossians 2:19 in Oriya 19 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ୱରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।
1 Timothy 2:15 in Oriya 15 କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ।
2 Timothy 3:8 in Oriya 8 ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।
Titus 1:13 in Oriya 13 ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୂଦୀୟ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
Titus 1:16 in Oriya 16 ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।
Titus 2:2 in Oriya 2 ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ,
Hebrews 4:1 in Oriya 1 ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।
Hebrews 6:8 in Oriya 8 କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
James 4:4 in Oriya 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଇଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
1 Peter 2:4 in Oriya 4 ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଇଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
1 Peter 5:9 in Oriya 9 ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
1 John 3:20 in Oriya 20 ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।
Revelation 2:5 in Oriya 5 ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।
Revelation 3:2 in Oriya 2 ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଇଶ୍ବରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ।