2 Corinthians 13:7 in Oriya 7 ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଇଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥି ନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କର, ଏଥିପାଇଁ ପ୍ରାର୍ଥନା କରୁଅଛୁ।
Other Translations King James Version (KJV) Now I pray to God that ye do no evil; not that we should appear approved, but that ye should do that which is honest, though we be as reprobates.
American Standard Version (ASV) Now we pray to God that ye do no evil; not that we may appear approved, but that ye may do that which is honorable, though we be as reprobate.
Bible in Basic English (BBE) Now our prayer to God is that you may do no evil; not in order that it may be put to our credit, but so that you may do what is right, whatever we may seem.
Darby English Bible (DBY) But we pray to God that ye may do nothing evil; not that *we* may appear approved, but that *ye* may do what is right, and *we* be as reprobates.
World English Bible (WEB) Now I pray to God that you do no evil; not that we may appear approved, but that you may do that which is honorable, though we are as reprobate.
Young's Literal Translation (YLT) and I pray before God that ye do no evil, not that we may appear approved, but that ye may do that which is right, and we may be as disapproved;
Cross Reference 1 Chronicles 4:10 in Oriya 10 ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
John 17:15 in Oriya 15 ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।
Romans 12:17 in Oriya 17 ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;
Romans 13:13 in Oriya 13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
Romans 16:10 in Oriya 10 ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ।
1 Corinthians 4:9 in Oriya 9 କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
1 Corinthians 11:19 in Oriya 19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
2 Corinthians 6:4 in Oriya 4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
2 Corinthians 6:8 in Oriya 8 ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତିଦ୍ୱାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,
2 Corinthians 8:21 in Oriya 21 କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହି ସବୁ ଆମ୍ଭେମାନେ ବିବେଚନା କରୁ।
2 Corinthians 10:10 in Oriya 10 କାରଣ ସେମାନେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।
2 Corinthians 10:18 in Oriya 18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।
2 Corinthians 13:9 in Oriya 9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।
Philippians 1:9 in Oriya 9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
Philippians 4:8 in Oriya 8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।
1 Thessalonians 5:23 in Oriya 23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
1 Timothy 2:2 in Oriya 2 ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।
2 Timothy 2:15 in Oriya 15 ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଇଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
2 Timothy 4:18 in Oriya 18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।
James 1:12 in Oriya 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ।
1 Peter 2:12 in Oriya 12 ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଇଶ୍ବରଙ୍କ ଗୌରବ କରିବେ।