2 Corinthians 2:14 in Oriya 14 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
Other Translations King James Version (KJV) Now thanks be unto God, which always causeth us to triumph in Christ, and maketh manifest the savour of his knowledge by us in every place.
American Standard Version (ASV) But thanks be unto God, who always leadeth us in triumph in Christ, and maketh manifest through us the savor of his knowledge in every place.
Bible in Basic English (BBE) But praise be to God who makes us strong to overcome in Christ, and makes clear through us in every place the value of the knowledge of him.
Darby English Bible (DBY) But thanks [be] to God, who always leads us in triumph in the Christ, and makes manifest the odour of his knowledge through us in every place.
World English Bible (WEB) Now thanks be to God, who always leads us in triumph in Christ, and reveals through us the sweet aroma of his knowledge in every place.
Young's Literal Translation (YLT) and to God `are' thanks, who at all times is leading us in triumph in the Christ, and the fragrance of His knowledge He is manifesting through us in every place,
Cross Reference Psalm 106:47 in Oriya 47 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।
Psalm 148:14 in Oriya 14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Song of Solomon 1:3 in Oriya 3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
Romans 6:17 in Oriya 17 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
Romans 8:37 in Oriya 37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
Romans 15:19 in Oriya 19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
1 Corinthians 15:37 in Oriya 37 ଆଉ, ଯେଉଁ ଶରୀର ହେବ, ତାହା ତୁମ୍ଭେ ବୁଣ ନାହିଁ, କିନ୍ତୁ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, ତାହା କେବଳ ଦାନାମାତ୍ର;
2 Corinthians 1:11 in Oriya 11 ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।
2 Corinthians 2:15 in Oriya 15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଇଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,
2 Corinthians 8:16 in Oriya 16 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି;
2 Corinthians 9:15 in Oriya 15 ଇଶ୍ବରଙ୍କ ଅକଥନୀୟ ଦାନ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।
Ephesians 5:2 in Oriya 2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Ephesians 5:20 in Oriya 20 ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ,
Philippians 4:18 in Oriya 18 ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଇଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
Colossians 1:6 in Oriya 6 ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଇଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।
Colossians 1:23 in Oriya 23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
Colossians 2:15 in Oriya 15 ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।
1 Thessalonians 3:9 in Oriya 9 ହଁ, ଆମ୍ଭମାନଙ୍କ ଇଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେଇପାରୁ ?
Revelation 7:12 in Oriya 12 ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ୱରଙ୍କର; ଆମେନ୍।