2 Corinthians 2:17 in Oriya 17 ସେହି ଅନେକ ଲୋକ ଯେପରି ଇଶ୍ବରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଇଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।
Other Translations King James Version (KJV) For we are not as many, which corrupt the word of God: but as of sincerity, but as of God, in the sight of God speak we in Christ.
American Standard Version (ASV) For we are not as the many, corrupting the word of God: but as of sincerity, but as of God, in the sight of God, speak we in Christ.
Bible in Basic English (BBE) For we are not like the great number who make use of the word of God for profit: but our words are true, as from God, being said as before God in Christ.
Darby English Bible (DBY) For we do not, as the many, make a trade of the word of God; but as of sincerity, but as of God, before God, we speak in Christ.
World English Bible (WEB) For we are not as so many, peddling the word of God. But as of sincerity, but as of God, in the sight of God, we speak in Christ.
Young's Literal Translation (YLT) for we are not as the many, adulterating the word of God, but as of sincerity -- but as of God; in the presence of God, in Christ we do speak.
Cross Reference Jeremiah 5:31 in Oriya 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?
Jeremiah 23:27 in Oriya 27 ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।”
Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
Acts 20:20 in Oriya 20 କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ
Acts 20:27 in Oriya 27 ମୁଁ ଇଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି।
1 Corinthians 5:8 in Oriya 8 ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ।
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
2 Corinthians 4:2 in Oriya 2 ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଇଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଇଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ।
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
1 Timothy 1:19 in Oriya 19 ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,
1 Timothy 4:1 in Oriya 1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
2 Timothy 2:6 in Oriya 6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ୍।
2 Timothy 4:3 in Oriya 3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
Titus 1:11 in Oriya 11 ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ। ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି।
Hebrews 11:27 in Oriya 27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
1 John 4:1 in Oriya 1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
2 John 1:7 in Oriya 7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।
Jude 1:4 in Oriya 4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଇଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।