2 Corinthians 3:14 in Oriya 14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।
Other Translations King James Version (KJV) But their minds were blinded: for until this day remaineth the same vail untaken away in the reading of the old testament; which vail is done away in Christ.
American Standard Version (ASV) but their minds were hardened: for until this very day at the reading of the old covenant the same veil remaineth, it not being revealed `to them' that it is done away in Christ.
Bible in Basic English (BBE) But their minds were made hard: for to this very day at the reading of the old agreement the same veil is still unlifted; though it is taken away in Christ.
Darby English Bible (DBY) But their thoughts have been darkened, for unto this day the same veil remains in reading the old covenant, unremoved, which in Christ is annulled.
World English Bible (WEB) But their minds were hardened, for until this very day at the reading of the old covenant the same veil remains, because in Christ it passes away.
Young's Literal Translation (YLT) but their minds were hardened, for unto this day the same vail at the reading of the Old Covenant doth remain unwithdrawn -- which in Christ is being made useless --
Cross Reference Psalm 69:23 in Oriya 23 ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
Isaiah 6:10 in Oriya 10 ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”
Isaiah 25:7 in Oriya 7 ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ।
Isaiah 26:10 in Oriya 10 ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।
Isaiah 42:18 in Oriya 18 ହେ ବଧିରମାନେ, ଶୁଣ; ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଅନାଅ।
Isaiah 44:18 in Oriya 18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Isaiah 59:10 in Oriya 10 ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।
Jeremiah 5:21 in Oriya 21 ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Ezekiel 12:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।
Matthew 6:23 in Oriya 23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର !
Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
Matthew 13:13 in Oriya 13 ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି।
Matthew 16:17 in Oriya 17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି।
Luke 18:31 in Oriya 31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
Luke 24:25 in Oriya 25 ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
Luke 24:44 in Oriya 44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।
John 8:12 in Oriya 12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।
John 9:39 in Oriya 39 ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।
John 12:40 in Oriya 40 ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
John 12:46 in Oriya 46 ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
Acts 13:15 in Oriya 15 ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର କଥା ଅଛି, ତେବେ କହନ୍ତୁ।
Acts 16:14 in Oriya 14 ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।
Acts 26:18 in Oriya 18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।
Acts 28:26 in Oriya 26 ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ,କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
Romans 11:7 in Oriya 7 ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
2 Corinthians 3:6 in Oriya 6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
2 Corinthians 4:3 in Oriya 3 କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;
2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Ephesians 1:17 in Oriya 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;