2 Corinthians 3:3 in Oriya 3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।
Other Translations King James Version (KJV) Forasmuch as ye are manifestly declared to be the epistle of Christ ministered by us, written not with ink, but with the Spirit of the living God; not in tables of stone, but in fleshy tables of the heart.
American Standard Version (ASV) being made manifest that ye are an epistle of Christ, ministered by us, written not with ink, but with the Spirit of the living God; not in tables of stone, but in tables `that are' hearts of flesh.
Bible in Basic English (BBE) For you are clearly a letter of Christ, the fruit of our work, recorded not with ink, but with the Spirit of the living God; not in stone, but in hearts of flesh.
Darby English Bible (DBY) being manifested to be Christ's epistle ministered by us, written, not with ink, but [the] Spirit of [the] living God; not on stone tables, but on fleshy tables of [the] heart.
World English Bible (WEB) being revealed that you are a letter of Christ, ministered by us, written not with ink, but with the Spirit of the living God; not in tablets of stone, but in tablets that are hearts of flesh.
Young's Literal Translation (YLT) manifested that ye are a letter of Christ ministered by us, written not with ink, but with the Spirit of the living God, not in the tablets of stone, but in fleshy tablets of the heart,
Cross Reference Exodus 24:12 in Oriya 12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।”
Exodus 31:18 in Oriya 18 ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।
Exodus 34:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।
Joshua 3:10 in Oriya 10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।
1 Samuel 17:26 in Oriya 26 ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ'ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?
Psalm 40:8 in Oriya 8 ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ' ହୃଦୟରେ ଅଛି।”
Psalm 42:2 in Oriya 2 ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ' ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?
Psalm 84:2 in Oriya 2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
Proverbs 3:3 in Oriya 3 ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।
Proverbs 7:3 in Oriya 3 ତୁମ୍ଭର ସମସ୍ତ ଅଙ୍ଗୁଳିରେ ତାହା ବାନ୍ଧ; ତୁମ୍ଭର ହୃଦୟ-ପଟାରେ ତାହାସବୁ ଲେଖି ରଖ।
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Jeremiah 17:1 in Oriya 1 ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Ezekiel 11:19 in Oriya 19 ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Daniel 6:26 in Oriya 26 ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
Matthew 16:16 in Oriya 16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଇଶ୍ବରଙ୍କ ପୁତ୍ର।
1 Corinthians 8:5 in Oriya 5 କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କହନ୍ତି, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),
2 Corinthians 6:16 in Oriya 16 ପ୍ରତିମା ସହିତ ଇଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଇଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।
1 Thessalonians 1:9 in Oriya 9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,
Hebrews 8:10 in Oriya 10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !
Hebrews 10:16 in Oriya 16 କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହି ସବୁ ଲେଖିବା, ଏହା କହିଲା ଉତ୍ତାରେ ସେ କହନ୍ତି,
Revelation 2:1 in Oriya 1 ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
Revelation 2:8 in Oriya 8 ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
Revelation 2:12 in Oriya 12 ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି,
Revelation 2:18 in Oriya 18 ଥୁୟତୀରା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଇଶ୍ବରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,
Revelation 3:1 in Oriya 1 ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଇଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।
Revelation 3:7 in Oriya 7 ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Revelation 3:14 in Oriya 14 ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଇଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
Revelation 3:22 in Oriya 22 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।