2 Corinthians 3:7 in Oriya 7 ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,
Other Translations King James Version (KJV) But if the ministration of death, written and engraven in stones, was glorious, so that the children of Israel could not stedfastly behold the face of Moses for the glory of his countenance; which glory was to be done away:
American Standard Version (ASV) But if the ministration of death, written, `and' engraven on stones, came with glory, so that the children of Israel could not look stedfastly upon the face of Moses for the glory of his face; which `glory' was passing away:
Bible in Basic English (BBE) For if the operation of the law, giving death, recorded in letters on stone, came with glory, so that the eyes of the children of Israel had to be turned away from the face of Moses because of its glory, a glory which was only for a time:
Darby English Bible (DBY) (But if the ministry of death, in letters, graven in stones, began with glory, so that the children of Israel could not fix their eyes on the face of Moses, on account of the glory of his face, [a glory] which is annulled;
World English Bible (WEB) But if the service of death, written engraved on stones, came with glory, so that the children of Israel could not look steadfastly on the face of Moses for the glory of his face; which was passing away:
Young's Literal Translation (YLT) and if the ministration of the death, in letters, engraved in stones, came in glory, so that the sons of Israel were not able to look stedfastly to the face of Moses, because of the glory of his face -- which was being made useless,
Cross Reference Genesis 3:21 in Oriya 21 ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
Exodus 24:12 in Oriya 12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।”
Exodus 31:18 in Oriya 18 ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।
Exodus 32:15 in Oriya 15 ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।
Exodus 32:19 in Oriya 19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।
Exodus 34:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।
Exodus 34:28 in Oriya 28 ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।
Deuteronomy 4:8 in Oriya 8 ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି ?
Deuteronomy 4:13 in Oriya 13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।
Deuteronomy 5:22 in Oriya 22 ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ୱରରେ କହିଲେ, “ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।”
Deuteronomy 9:9 in Oriya 9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
Deuteronomy 9:15 in Oriya 15 ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।
Deuteronomy 10:1 in Oriya 1 ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।”
Nehemiah 9:13 in Oriya 13 ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
Psalm 19:7 in Oriya 7 ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
Psalm 119:97 in Oriya 97 ମେମ୍। ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
Psalm 119:127 in Oriya 127 ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
Psalm 119:174 in Oriya 174 ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ।
Luke 9:29 in Oriya 29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।
Acts 6:15 in Oriya 15 ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।
Romans 4:15 in Oriya 15 କାରଣ ମୋଶାଙ୍କ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ମୋଶାଙ୍କ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।
Romans 7:10 in Oriya 10 ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋ' ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।
Romans 7:12 in Oriya 12 ଅତଏବ, ମୋଶାଙ୍କ ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।
Romans 7:22 in Oriya 22 କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଇଶ୍ବରଙ୍କ ମୋଶାଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
Romans 10:4 in Oriya 4 କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ମୋଶାଙ୍କ ବ୍ୟବସ୍ଥାର ଶେଷ ଅଟନ୍ତି।
1 Corinthians 13:10 in Oriya 10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।
2 Corinthians 3:3 in Oriya 3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।
2 Corinthians 3:6 in Oriya 6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
2 Corinthians 3:9 in Oriya 9 କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ,ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।
2 Corinthians 3:13 in Oriya 13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହିକ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣାମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ।
Hebrews 9:4 in Oriya 4 ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମସିନ୍ଦୁକ ଥିଲା। ସେହି ନିୟମସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,