2 Corinthians 4:15 in Oriya 15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଇଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
Other Translations King James Version (KJV) For all things are for your sakes, that the abundant grace might through the thanksgiving of many redound to the glory of God.
American Standard Version (ASV) For all things `are' for your sakes, that the grace, being multiplied through the many, may cause the thanksgiving to abound unto the glory of God.
Bible in Basic English (BBE) For we go through all things on account of you, because the greater the number to whom the grace is given, the greater is the praise to the glory of God.
Darby English Bible (DBY) For all things [are] for your sakes, that the grace abounding through the many may cause thanksgiving to abound to the glory of God.
World English Bible (WEB) For all things are for your sakes, that the grace, being multiplied through the many, may cause the thanksgiving to abound to the glory of God.
Young's Literal Translation (YLT) for the all things `are' because of you, that the grace having been multiplied, because of the thanksgiving of the more, may abound to the glory of God;
Cross Reference Psalm 50:14 in Oriya 14 ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
Psalm 50:23 in Oriya 23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
1 Corinthians 3:21 in Oriya 21 ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;
2 Corinthians 1:4 in Oriya 4 ଇଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
2 Corinthians 1:11 in Oriya 11 ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।
2 Corinthians 8:19 in Oriya 19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;
2 Corinthians 9:11 in Oriya 11 ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇ ପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଇଶ୍ବରଙ୍କ ଧନ୍ୟବାଦର କାରଣ ହେବ।
Galatians 1:24 in Oriya 24 ଆଉ ସେମାନେ ମୋ' ସକାଶେ ଇଶ୍ବରଙ୍କ ପ୍ରଶଂସା କରୁଥିଲେ।
Ephesians 3:20 in Oriya 20 ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,
Colossians 1:24 in Oriya 24 ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
Colossians 3:16 in Oriya 16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଇଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
2 Timothy 2:10 in Oriya 10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି।
Hebrews 13:15 in Oriya 15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
1 Peter 4:11 in Oriya 11 କେହି ଯଦି ପ୍ରଚାର କରେ, ତେବେ ସେ ଇଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।
Revelation 4:8 in Oriya 8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର।
Revelation 5:8 in Oriya 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
Revelation 19:4 in Oriya 4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା।