2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Other Translations King James Version (KJV) For God, who commanded the light to shine out of darkness, hath shined in our hearts, to give the light of the knowledge of the glory of God in the face of Jesus Christ.
American Standard Version (ASV) Seeing it is God, that said, Light shall shine out of darkness, who shined in our hearts, to give the light of the knowledge of the glory of God in the face of Jesus Christ.
Bible in Basic English (BBE) Seeing that it is God who said, Let light be shining out of the dark, who has put in our hearts the light of the knowledge of the glory of God in the face of Jesus Christ.
Darby English Bible (DBY) Because [it is] the God who spoke that out of darkness light should shine who has shone in our hearts for the shining forth of the knowledge of the glory of God in [the] face of [Jesus] Christ.
World English Bible (WEB) seeing it is God who said, "Light will shine out of darkness," who has shone in our hearts, to give the light of the knowledge of the glory of God in the face of Jesus Christ.
Young's Literal Translation (YLT) because `it is' God who said, Out of darkness light `is' to shine, who did shine in our hearts, for the enlightening of the knowledge of the glory of God in the face of Jesus Christ.
Cross Reference Genesis 1:3 in Oriya 3 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
Genesis 1:14 in Oriya 14 ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
Exodus 33:18 in Oriya 18 ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”
Exodus 34:5 in Oriya 5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ।
Psalm 63:2 in Oriya 2 ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।
Psalm 74:16 in Oriya 16 ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
Psalm 90:16 in Oriya 16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
Psalm 136:7 in Oriya 7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 6:1 in Oriya 1 ଉଷିୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
Isaiah 35:2 in Oriya 2 ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
Isaiah 40:5 in Oriya 5 ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।
Isaiah 45:7 in Oriya 7 ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
Isaiah 60:2 in Oriya 2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ।
Luke 10:22 in Oriya 22 ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 11:40 in Oriya 40 ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଇଶ୍ବରଙ୍କ ମହିମା ଦେଖିବ, ଏହା କ'ଣ ମୁଁ ତୁମ୍ଭକୁ କହିଲି ନାହିଁ ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।
John 12:41 in Oriya 41 ଯିଶାଇୟ ଏହି ସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ।
John 14:9 in Oriya 9 ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?
Acts 7:55 in Oriya 55 କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଇଶ୍ବରଙ୍କ ମହିମା ଓ ଯୀଶୁଙ୍କୁ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,
2 Corinthians 3:18 in Oriya 18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Ephesians 1:17 in Oriya 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Ephesians 5:8 in Oriya 8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
Philippians 2:6 in Oriya 6 ସେ ଈଶ୍ୱରରୂପୀ ହେଲେ ହେଁ ଇଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
Colossians 1:15 in Oriya 15 ସେ ଅଦୃଶ୍ୟ ଇଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
1 Peter 1:12 in Oriya 12 ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
2 Peter 1:19 in Oriya 19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।