2 Corinthians 5:11 in Oriya 11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଇଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।
Other Translations King James Version (KJV) Knowing therefore the terror of the Lord, we persuade men; but we are made manifest unto God; and I trust also are made manifest in your consciences.
American Standard Version (ASV) Knowing therefore the fear of the Lord, we persuade men, but we are made manifest unto God; and I hope that we are made manifest also in your consciences.
Bible in Basic English (BBE) Having in mind, then, the fear of the Lord, we put these things before men, but God sees our hearts; and it is my hope that we may seem right in your eyes.
Darby English Bible (DBY) Knowing therefore the terror of the Lord we persuade men, but have been manifested to God, and I hope also that we have been manifested in your consciences.
World English Bible (WEB) Knowing therefore the fear of the Lord, we persuade men, but we are revealed to God; and I hope that we are revealed also in your consciences.
Young's Literal Translation (YLT) having known, therefore, the fear of the Lord, we persuade men, and to God we are manifested, and I hope also in your consciences to have been manifested;
Cross Reference Genesis 35:5 in Oriya 5 ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।
Job 6:4 in Oriya 4 କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋ' ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।
Job 18:11 in Oriya 11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
Job 31:23 in Oriya 23 କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋ' ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ହେତୁରୁ ମୁଁ କିଛି କରି ପାରିଲି ନାହିଁ।
Psalm 73:19 in Oriya 19 ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
Psalm 76:7 in Oriya 7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
Psalm 88:15 in Oriya 15 ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।
Psalm 90:11 in Oriya 11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ?
Isaiah 33:14 in Oriya 14 ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
Nahum 1:6 in Oriya 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
Matthew 10:28 in Oriya 28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର।
Matthew 25:46 in Oriya 46 ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।
Mark 8:35 in Oriya 35 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
Mark 9:43 in Oriya 43 ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
Luke 12:5 in Oriya 5 କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର।
Luke 16:31 in Oriya 31 କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।
Acts 13:43 in Oriya 43 ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଇଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
Acts 18:4 in Oriya 4 ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
Acts 18:13 in Oriya 13 ଏହି ଲୋକଟା ମୋଶାଙ୍କ ବ୍ୟବସ୍ଥାର ବିପରୀତ ଭାବରେ ଇଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ।
Acts 19:26 in Oriya 26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Acts 20:18 in Oriya 18 ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
Acts 26:26 in Oriya 26 ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।
Acts 28:23 in Oriya 23 ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଇଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
1 Corinthians 4:4 in Oriya 4 କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ।
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
2 Corinthians 2:17 in Oriya 17 ସେହି ଅନେକ ଲୋକ ଯେପରି ଇଶ୍ବରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଇଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।
2 Corinthians 4:1 in Oriya 1 ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
2 Corinthians 5:20 in Oriya 20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଇଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
2 Corinthians 6:1 in Oriya 1 ଆହୁରି ମଧ୍ୟ ଇଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
Galatians 1:10 in Oriya 10 ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ୱରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି ? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି ? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।
Colossians 1:28 in Oriya 28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
1 Thessalonians 2:3 in Oriya 3 କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,
2 Timothy 2:24 in Oriya 24 ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;
Hebrews 10:31 in Oriya 31 ଜୀବିତ ଇଶ୍ବରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ।
Jude 1:23 in Oriya 23 ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।
Revelation 20:15 in Oriya 15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା।