2 Corinthians 5:20 in Oriya 20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଇଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
Other Translations King James Version (KJV) Now then we are ambassadors for Christ, as though God did beseech you by us: we pray you in Christ's stead, be ye reconciled to God.
American Standard Version (ASV) We are ambassadors therefore on behalf of Christ, as though God were entreating by us: we beseech `you' on behalf of Christ, be ye reconciled to God.
Bible in Basic English (BBE) So we are the representatives of Christ, as if God was making a request to you through us: we make our request to you, in the name of Christ, be at peace with God.
Darby English Bible (DBY) We are ambassadors therefore for Christ, God as [it were] beseeching by us, we entreat for Christ, Be reconciled to God.
World English Bible (WEB) We are therefore ambassadors on behalf of Christ, as though God were entreating by us. We beg you on behalf of Christ, be reconciled to God.
Young's Literal Translation (YLT) in behalf of Christ, then, we are ambassadors, as if God were calling through us, we beseech, in behalf of Christ, `Be ye reconciled to God;'
Cross Reference 2 Kings 17:13 in Oriya 13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
2 Chronicles 36:15 in Oriya 15 ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ-ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
Job 22:21 in Oriya 21 ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।
Job 33:6 in Oriya 6 ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି।
Job 33:23 in Oriya 23 ଯେବେ ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;
Proverbs 1:22 in Oriya 22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
Proverbs 13:17 in Oriya 17 ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।
Isaiah 27:5 in Oriya 5 ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 13:16 in Oriya 16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Jeremiah 38:20 in Oriya 20 ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋ' ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।
Jeremiah 44:4 in Oriya 4 ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'
Ezekiel 18:31 in Oriya 31 ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”
Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Luke 10:16 in Oriya 16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
Luke 14:23 in Oriya 23 ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ରାଜଦାଣ୍ଡ ଓ ଗଛମୂଳକୁ ଯାଇ, ମୋହର ଗୃହ ଯେପେରି ପୂର୍ଣ୍ଣ ହୁଏ, ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ କୁହ।
John 20:21 in Oriya 21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।
Acts 26:17 in Oriya 17 ସ୍ୱଜାତି ଓ ଅଣଯିହୂଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଇଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
1 Corinthians 4:4 in Oriya 4 କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ।
2 Corinthians 3:6 in Oriya 6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
2 Corinthians 5:11 in Oriya 11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ପ୍ରବର୍ତ୍ତାଉଅଛୁ, କିନ୍ତୁ ଆମ୍ଭେମାନେ ଇଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।
2 Corinthians 6:1 in Oriya 1 ଆହୁରି ମଧ୍ୟ ଇଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
Ephesians 6:20 in Oriya 20 ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।