Cross Reference Exodus 34:16 in Oriya 16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।
Leviticus 19:19 in Oriya 19 ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।
Deuteronomy 7:2 in Oriya 2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।
Deuteronomy 22:9 in Oriya 9 ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।
1 Samuel 5:2 in Oriya 2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ।
1 Kings 18:21 in Oriya 21 ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
2 Chronicles 19:2 in Oriya 2 ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।
Ezra 9:1 in Oriya 1 ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
Ezra 9:11 in Oriya 11 ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।
Ezra 10:19 in Oriya 19 ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।
Nehemiah 13:1 in Oriya 1 ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତ କାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,
Nehemiah 13:23 in Oriya 23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;
Psalm 16:3 in Oriya 3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
Psalm 26:4 in Oriya 4 ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।
Psalm 26:9 in Oriya 9 ପାପୀମାନଙ୍କ ସଙ୍ଗେ ମୋ' ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋ' ଜୀବନକୁ ସଂଗ୍ରହ କର ନାହିଁ।
Psalm 44:20 in Oriya 20 ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
Psalm 101:3 in Oriya 3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋ'ଠାରେ ଲିପ୍ତ ହେବ ନାହିଁ।
Psalm 106:35 in Oriya 35 ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
Psalm 119:63 in Oriya 63 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
Psalm 139:21 in Oriya 21 ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ'ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ'ଣ ବିରକ୍ତ ହେଉ ନାହିଁ ?
Proverbs 8:18 in Oriya 18 ମୋ'ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
Proverbs 22:24 in Oriya 24 ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
Proverbs 29:27 in Oriya 27 ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।
Malachi 2:11 in Oriya 11 ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।
Malachi 2:15 in Oriya 15 ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।
John 7:7 in Oriya 7 ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।
John 15:18 in Oriya 18 ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
Acts 4:23 in Oriya 23 ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ।
Romans 13:12 in Oriya 12 ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
1 Corinthians 5:9 in Oriya 9 ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;
1 Corinthians 7:39 in Oriya 39 ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ।
1 Corinthians 10:21 in Oriya 21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ।
1 Corinthians 15:33 in Oriya 33 ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Ephesians 5:6 in Oriya 6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଇଶ୍ବରଙ୍କ କ୍ରୋଧ ବର୍ତ୍ତେ।
Philippians 2:15 in Oriya 15 ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଇଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ;
1 Thessalonians 5:4 in Oriya 4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
James 4:4 in Oriya 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଇଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
1 John 1:5 in Oriya 5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।
1 John 3:12 in Oriya 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।