2 Corinthians 7:10 in Oriya 10 କାରଣ ଇଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।
Other Translations King James Version (KJV) For godly sorrow worketh repentance to salvation not to be repented of: but the sorrow of the world worketh death.
American Standard Version (ASV) For godly sorrow worketh repentance unto salvation, `a repentance' which bringeth no regret: but the sorrow of the world worketh death.
Bible in Basic English (BBE) For the sorrow which God gives is the cause of salvation through a change of heart, in which there is no reason for grief: but the sorrow of the world is a cause of death.
Darby English Bible (DBY) For grief according to God works repentance to salvation, never to be regretted; but the grief of the world works death.
World English Bible (WEB) For godly sorrow works repentance to salvation, which brings no regret. But the sorrow of the world works death.
Young's Literal Translation (YLT) for the sorrow toward God reformation to salvation not to be repented of doth work, and the sorrow of the world doth work death,
Cross Reference Genesis 4:13 in Oriya 13 କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
Genesis 30:1 in Oriya 1 ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”
1 Samuel 30:6 in Oriya 6 ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
2 Samuel 12:13 in Oriya 13 ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
2 Samuel 13:4 in Oriya 4 ଏଣୁ ଯୋନାଦବ୍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କ'ଣ ତାହା କହିବ ନାହିଁ ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”
2 Samuel 17:23 in Oriya 23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
1 Kings 8:47 in Oriya 47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
1 Kings 21:4 in Oriya 4 ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
Job 33:27 in Oriya 27 ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
Proverbs 15:13 in Oriya 13 ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
Proverbs 15:15 in Oriya 15 ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।
Proverbs 17:22 in Oriya 22 ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
Proverbs 18:14 in Oriya 14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ ?
Jeremiah 31:9 in Oriya 9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”
Ezekiel 7:16 in Oriya 16 ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।
Ezekiel 18:27 in Oriya 27 ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।
Jonah 3:8 in Oriya 8 ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।
Jonah 3:10 in Oriya 10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
Jonah 4:9 in Oriya 9 ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”
Matthew 21:28 in Oriya 28 ମାତ୍ର ତୁମ୍ଭେମାନେ କ'ଣ ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।
Matthew 26:75 in Oriya 75 ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।
Matthew 27:4 in Oriya 4 ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି ?
Luke 15:10 in Oriya 10 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଇଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।
Luke 18:13 in Oriya 13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ।
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Acts 11:18 in Oriya 18 ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ୱରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି।
2 Corinthians 12:21 in Oriya 21 କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ।
2 Timothy 2:25 in Oriya 25 ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,
Hebrews 12:17 in Oriya 17 ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ସଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ।