2 Corinthians 7:15 in Oriya 15 ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧିପାଇଅଛି।
Other Translations King James Version (KJV) And his inward affection is more abundant toward you, whilst he remembereth the obedience of you all, how with fear and trembling ye received him.
American Standard Version (ASV) And his affection is more abundantly toward you, while he remembereth the obedience of you all, how with fear and trembling ye received him.
Bible in Basic English (BBE) And his love to you is the more increased by his memory of you all, how you gave way to his authority, and how you took him to your hearts with fear and honour.
Darby English Bible (DBY) and his affections are more abundantly towards you, calling to mind the obedience of you all, how with fear and trembling ye received him.
World English Bible (WEB) His affection is more abundantly toward you, while he remembers all of your obedience, how with fear and trembling you received him.
Young's Literal Translation (YLT) and his tender affection is more abundantly toward you, remembering the obedience of you all, how with fear and trembling ye did receive him;
Cross Reference Genesis 43:30 in Oriya 30 ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରୀରେ ପ୍ରବେଶ କରି ସେଠାରେ ରୋଦନ କଲେ।
1 Kings 3:26 in Oriya 26 ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୁ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ। ମାତ୍ର, ଅନ୍ୟ ସ୍ତ୍ରୀ କହିଲା, “ସେ ମୋହର ନୋହୁ କି ତୁମ୍ଭର ନୋହୁ; ତାକୁ ଦୁଇ ଖଣ୍ଡ କର।”
Ezra 9:4 in Oriya 4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।
Ezra 10:9 in Oriya 9 ତହୁଁ ଯିହୁଦା ଓ ବିନ୍ୟାମୀନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
Job 21:6 in Oriya 6 ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋ' ଶରୀର କମ୍ପିତ ହୁଏ।
Psalm 2:11 in Oriya 11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
Psalm 119:120 in Oriya 120 ତୁମ୍ଭ ଭୟ ସକାଶୁ ମୋ' ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
Song of Solomon 5:4 in Oriya 4 ମୋ' ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
Isaiah 66:2 in Oriya 2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
Hosea 13:1 in Oriya 1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।
Acts 16:29 in Oriya 29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
2 Corinthians 2:9 in Oriya 9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।
2 Corinthians 6:12 in Oriya 12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ।
2 Corinthians 7:10 in Oriya 10 କାରଣ ଇଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।
2 Corinthians 10:5 in Oriya 5 ଆମ୍ଭେମାନେ ତର୍କବିତର୍କସବୁ ଓ ଇଶ୍ବରଙ୍କ ଜ୍ଞାନବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,
Ephesians 6:5 in Oriya 5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Philippians 1:8 in Oriya 8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ।
Philippians 2:12 in Oriya 12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
Colossians 3:12 in Oriya 12 ଅତଏବ, ଇଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର।
2 Thessalonians 3:14 in Oriya 14 ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
1 John 3:17 in Oriya 17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ କିପରି ରହିପାରେ ?