2 Corinthians 7:5 in Oriya 5 କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।
Other Translations King James Version (KJV) For, when we were come into Macedonia, our flesh had no rest, but we were troubled on every side; without were fightings, within were fears.
American Standard Version (ASV) For even when we were come into Macedonia our flesh had no relief, but `we were' afflicted on every side; without `were' fightings, within `were' fears.
Bible in Basic English (BBE) For even when we had come into Macedonia our flesh had no rest, but we were troubled on every side; there were fightings outside and fears inside.
Darby English Bible (DBY) For indeed, when we came into Macedonia, our flesh had no rest, but [we were] afflicted in every way; without combats, within fears.
World English Bible (WEB) For even when we had come into Macedonia, our flesh had no relief, but we were afflicted on every side. Fightings were outside. Fear was inside.
Young's Literal Translation (YLT) for also we, having come to Macedonia, no relaxation hath our flesh had, but on every side we are in tribulation, without `are' fightings, within -- fears;
Cross Reference Genesis 8:9 in Oriya 9 ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
Deuteronomy 32:25 in Oriya 25 ବାହାରେ ଖଡ଼୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
Job 18:11 in Oriya 11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
Isaiah 33:12 in Oriya 12 ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।
Jeremiah 6:25 in Oriya 25 ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।
Jeremiah 8:18 in Oriya 18 ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରି ପାରନ୍ତି ! ମୋର ମଧ୍ୟରେ ମୋ' ହୃଦୟ ମୂର୍ଚ୍ଛିତ।
Jeremiah 20:10 in Oriya 10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।
Jeremiah 45:3 in Oriya 3 ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋ' ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।'
Matthew 11:28 in Oriya 28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
Acts 20:1 in Oriya 1 ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ
1 Corinthians 15:31 in Oriya 31 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।
1 Corinthians 16:5 in Oriya 5 କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
2 Corinthians 1:16 in Oriya 16 ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦା ପ୍ରଦେଶକୁ ଯାତ୍ରା କରି ପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।
2 Corinthians 2:3 in Oriya 3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ୍, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥି ନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।
2 Corinthians 2:9 in Oriya 9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।
2 Corinthians 2:13 in Oriya 13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।
2 Corinthians 4:8 in Oriya 8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ,ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
2 Corinthians 12:20 in Oriya 20 କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;
Galatians 4:11 in Oriya 11 ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।
Galatians 4:19 in Oriya 19 ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।
1 Thessalonians 3:5 in Oriya 5 ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।