2 Corinthians 7:7 in Oriya 7 ଆଉ, କେବଳ ତାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍ଯୋଗ, ତୁମ୍ଭମାନଙ୍କ ବିଳାପ, ମୋ' ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି।
Other Translations King James Version (KJV) And not by his coming only, but by the consolation wherewith he was comforted in you, when he told us your earnest desire, your mourning, your fervent mind toward me; so that I rejoiced the more.
American Standard Version (ASV) and not by his coming only, but also by the comfort wherewith he was comforted in you, while he told us your longing, your mourning, your zeal for me; so that I rejoiced yet more.
Bible in Basic English (BBE) And not by his coming only, but by the comfort which he had in you, while he gave us word of your desire, your sorrow, your care for me; so that I was still more glad.
Darby English Bible (DBY) and not by his coming only, but also through the encouragement with which he was encouraged as to you; relating to us your ardent desire, your mourning, your zeal for me; so that I the more rejoiced.
World English Bible (WEB) and not by his coming only, but also by the comfort with which he was comforted in you, while he told us of your longing, your mourning, and your zeal for me; so that I rejoiced still more.
Young's Literal Translation (YLT) and not only in his presence, but also in the comfort with which he was comforted over you, declaring to us your longing desire, your lamentation, your zeal for me, so that the more I did rejoice,
Cross Reference Judges 2:4 in Oriya 4 ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।
Psalm 6:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
Psalm 30:5 in Oriya 5 କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
Psalm 31:9 in Oriya 9 ହେ ସଦାପ୍ରଭୁ, ମୋ' ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।
Psalm 38:18 in Oriya 18 ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
Psalm 51:1 in Oriya 1 ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ' ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
Psalm 126:5 in Oriya 5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
Psalm 141:5 in Oriya 5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ' ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ' ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।
Proverbs 9:8 in Oriya 8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Matthew 5:4 in Oriya 4 ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
Matthew 26:75 in Oriya 75 ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।
Luke 22:44 in Oriya 44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା।
Acts 11:23 in Oriya 23 ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
Romans 1:12 in Oriya 12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।
2 Corinthians 1:14 in Oriya 14 ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।
2 Corinthians 2:3 in Oriya 3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ୍, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥି ନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।
2 Corinthians 2:9 in Oriya 9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।
2 Corinthians 5:2 in Oriya 2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;
2 Corinthians 7:10 in Oriya 10 କାରଣ ଇଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ ପରିବର୍ତ୍ତନ ଜନ୍ମାଏ, ଯାହାସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।
2 Corinthians 8:16 in Oriya 16 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି;
Philippians 1:20 in Oriya 20 ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।
Colossians 2:5 in Oriya 5 କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।
1 Thessalonians 3:6 in Oriya 6 କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;
1 Thessalonians 3:8 in Oriya 8 କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ।
Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
James 4:9 in Oriya 9 ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।
James 5:17 in Oriya 17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
2 John 1:4 in Oriya 4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।
Jude 1:3 in Oriya 3 ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।